ବାଂଲାଦେଶ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା
·1 year ago

ଭୁବନେଶ୍ୱର: ବାଂଲାଦେଶ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ସମସ୍ତ ଜିଲ୍ଲାପାଳ ଓ ଏସ୍ପିଙ୍କୁ ବାଂଲାଦେଶ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତହସିଲ, ବ୍ଲକ, ଥାନା ସ୍ତରରେ କମିଟି ଗଠନ ପାଇଁ ନିର୍ଦ୍ଦେଶ । ବିଶେଷକରି କେଇ ଭୁବନେଶ୍ବର, କେନ୍ଦ୍ରାପଡା ଓ ପୁରୀରେ ଥିବା ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ।
୨୦୨୧ ମସିହା ସୁଦ୍ଧା ରାଜ୍ୟରେ ସମୁଦାୟ ୩୭୪୦ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀ ବେଆଇନ ଭାବେ ବିଭିନ୍ନ ଜିଲ୍ଲାରେ ରହିଛନ୍ତି । ବରଗଡରେ ୨, ଭଦ୍ରକରେ ୧୯୯, କେନ୍ଦ୍ରାପଡ଼ାରେ ୧୬୪୯, ଭୁବନେଶ୍ଵରରେ ୧୭, ଜଗତସିଂପୁରରେ ୧୧୧୨, ମାଲକାନଗିରିରେ ୬୫୫ ଓ ନବରଙ୍ଗପୁର ଜିଲ୍ଲାରେ ୧୦୬ ଜଣ ବସବାସ କରୁଛନ୍ତି । ବିଧାନସଭାରେ ଏହି ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଅଧିକ ପଢନ୍ତୁ ଓଡିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: