Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପୂର୍ବତଟ ରେଳପଥ ପକ୍ଷରୁ ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

Jitendra Dash
Browse all articles by Jitendra Dash
·2 years ago
ପୂର୍ବତଟ ରେଳପଥ ପକ୍ଷରୁ ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

ଅର୍ଗସ ବ୍ୟୁରୋ : ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନର ପ୍ରଣେତା ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଅଛି । ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶ୍ରୀ ମହେଶ କୁମାର ବେହେରାଙ୍କ ନେତୃତ୍ୱରେ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ସହିତ କର୍ମଚାରୀମାନେ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଫଟ ଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଏହି କାର୍ଯ୍ୟକ୍ରମରେ ପ୍ରମୁଖ କାର୍ମିକ ଅଧିକାରୀ ଶ୍ରୀ ସିଦ୍ଧାର୍ଥ କାଟି ସଂଯୋଜନା କରିଥିଲେ । ଆମ୍ବେଦକର ଜୟନ୍ତୀ ମଧ୍ୟ ରେଳପଥର ସମସ୍ତ ରେଳମଣ୍ଡଳ ଯଥା ଖୋର୍ଦ୍ଧା ରୋଡ଼, ସମ୍ବଲପୁର ଓ ୱାଲଟିୟର ଠାରେ ମଣ୍ଡଳ ରେଳବାଇ ପ୍ରବନ୍ଧକଙ୍କ ନେତୃତ୍ୱରେ ଅଧିକାରୀ ଓ କର୍ମଚାରୀମାନେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Bharatratna Dr. from East Coast Railway. B. R. Ambedkar birth anniversary is celebrated | Argus News