ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା, ରଥଖଳାକୁ ବିଜେ ହେବ ଆଜ୍ଞାମାଳ
·1 year ago·1 min read

Key Points
ଆଜି ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା
ତିନି ରଥର ଚକଅଖ ଡେରା ନୀତି ହେବ ସମ୍ପର୍ଣ୍ଣ
ଆଜି ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା । ଏହି ଅବସରରେ ତିନି ରଥର ଚକଅଖ ଡେରା ନୀତି ସମ୍ପର୍ଣ୍ଣ ହେବ । ପରମ୍ପରା ମୁତାବକ ରଥଖଳାକୁ ବିଜେ ହେବ ଆଜ୍ଞାମାଳ । ତିନି ରଥରେ ଯୋଡ଼ା ହେବ ଚକ-ଅଖ । ବିଧି ଅନୁସାରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକମାନେ ଶ୍ରୀଜିଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିବା ପରେ ତିନି ରଥର ଦୁଇଟି ଲେଖାଏଁ ନାହାକ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯିବ। ଯାହାକୁ ଚକଅଖ ଡେରା ନୀତି କୁହନ୍ତି।
ତିନିବାଡର ପୂଜାପଣ୍ଡା ସକାଳଧୂପ ପରେ ୩ଟି ଆଜ୍ଞାମାଳ ଆଣି ୩ ରଥର ଚକ ଅଖ ନିକଟରେ ଲାଗି କରିବେ । ଭୋଇ ସେବକ ମାନଙ୍କ ଦ୍ବାରା ପ୍ରଥମ ହରିବୋଲ ପଡିବ। ତେବେ ଭଉଁରୀ ପାଇଁ ଶ୍ରୀମନ୍ଦିରରେ ନୀତିକାନ୍ତି ଚୂଡାନ୍ତ ହୋଇଛି। ସେପଟେ ଭଉଁରୀ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଆଖି ଆଗରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: