Videos
|
Odisha

ଆଜିଠୁ ଜୁଲାଇ ୩୧ ତାରିଖ ଯାଏଁ ଭିତରକନିକା ବନ୍ଦ

Ritu Das
Browse all articles by Ritu Das
·1 year ago
ଆଜିଠୁ ଜୁଲାଇ ୩୧ ତାରିଖ ଯାଏଁ ଭିତରକନିକା ବନ୍ଦ

ଆଜିଠୁ ଜୁଲାଇ ୩୧ ତାରିଖ ଯାଏଁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ । ବଉଳାକୁମ୍ଭୀର ମାନଙ୍କର ପ୍ରଜନନ ଋତୁ କୁ ଦୄଷ୍ଟିରେ ରଖି ବନବିଭାଗ ଏହି ପଦକ୍ଷେପ ନେଇଛି । ନଦୀ ନାଳଗୁଡ଼ିକରେ ଥିବା କୁମ୍ଭୀର ବସା ବାନ୍ଧି ଅଣ୍ଡା ଦେବେ। ସେମାନଙ୍କ ମିଳନ ପର୍ବ ଓ ଅଣ୍ଡା ଦେବା ପ୍ରକ୍ରିୟାରେ ବାଧା ନ ଉପୁଜିବା ପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ନିର୍ଦେଶ ଜାରି ହୋଇଛି।


ମା’ କୁମ୍ଭୀର ଅଣ୍ଡା ଦେଇସାରିବା ପରେ ଅଣ୍ଡାକୁ ସୁରକ୍ଷା ଦେବା ପାଇଁ ଛୁଆ ଫୁଟିବା ପର୍ଯ୍ୟନ୍ତ ସେଠାରେ ଜଗି ରହିଥାଏ। ଏହି ସମୟରେ ସେ ଅଧିକ ହିଂସ୍ର ହୋଇ ଉଠିଥାଏ। ସେ ଦୃଷ୍ଟିରୁ ପର୍ଯ୍ୟଟକଙ୍କୁ ଭିତରକନିକା ଆସିବାକୁ ବାରଣ କରାଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
bhitarkanika-closed-from-today-till-july-31st | Argus News