Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜିଠାରୁ ୩ ମାସ ବନ୍ଦ ରହିବ ଭିତରକନିକା

Odisha

ଆଜିଠାରୁ ୩ ମାସ ବନ୍ଦ ରହିବ ଭିତରକନିକା

Jitendra Dash
Browse all articles by Jitendra Dash
·2 years ago
ଆଜିଠାରୁ ୩ ମାସ ବନ୍ଦ ରହିବ ଭିତରକନିକା

ଅର୍ଗସ ବ୍ୟୁରୋ : ଆଜି ଠାରୁ ୩ ମାସ ପର୍ଯ୍ୟନ୍ତ ପର୍ଯ୍ୟଟକ ମାନଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ । ସୂଚନା ଅନୁସାରେ, କୁମ୍ଭୀର ପ୍ରଜନନ ଋତୁ ଆରମ୍ଭ ହୋଇଛି । ନଦୀ ନାଳମାନଙ୍କରେ ଥିବା କୁମ୍ଭୀରମାନେ ବସା ବାନ୍ଧି ଅଣ୍ଡା ଦେବେ । ସେମାନଙ୍କ ମିଳନ ପର୍ବ ଓ ଅଣ୍ଡାଦେବା ପ୍ରକ୍ରିୟାରେ ବାଧା ନ ଉପୁଜାଇବା ପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଏହି ସମୟରେ ମାଆ କୁମ୍ଭୀର ଅଣ୍ଡା ଦେଇସାରିବା ପରେ ଅଣ୍ଡାକୁ ସୁରକ୍ଷା ଦେବା ପାଇଁ ସେଠାରେ ଜଗି ରହିଥାଏ । ଏହି ସମୟରେ ସେ ଅଧିକ ହିଂସ୍ର ହୋଇଥାଏ । ଏଥିପାଇଁ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଭିତରକନିକା ଜାତୀୟ ଉଦ୍ୟାନକୁ ଆସିବାକୁ ବାରଣ କରାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Bhitarkanika National Park Closed For 3 Months For Crocodile Breeding | Argus News