Videos
|
Odisha

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

Swoyang prajna Mishra
Browse all articles by Swoyang prajna Mishra
·1 year ago·1 min read
ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

Key Points

କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ବନ୍ଦ ରହିଥିଲା । ଆଜି ଭିତରକନିକା ଖୋଲିଥିବାରୁ ବେଶ ଉତ୍ସାହିତ ଅଛନ୍ତି ପର୍ଯ୍ୟଟକ । ଏବେ ନୂଆ ରୂପରେ ସଜେଇ ହୋଇଛି ଭିତରକନିକା ।

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ବନ୍ଦ ରହିଥିଲା । ଆଜି ଭିତରକନିକା ଖୋଲିଥିବାରୁ ବେଶ ଉତ୍ସାହିତ ଅଛନ୍ତି ପର୍ଯ୍ୟଟକ । ଏବେ ନୂଆ ରୂପରେ ସଜେଇ ହୋଇଛି ଭିତରକନିକା ।


ଚଳିତ ବର୍ଷ ଜାତୀୟ ଉଦ୍ୟାନରେ ପର୍ଯ୍ୟଟକମାନେ ପ୍ରକୃତିର ମନୋରମ ଦୃଶ୍ୟ ଉପଭୋଗ କରିବା ସହିତ ନୂତନ ଭାବେ ନିର୍ମିତ ମ୍ୟୁଜିୟମ,ଧଳାକୁମ୍ଭୀର ଗୋରୀ, ମଲ୍ଲୀ,ଶ୍ୱେତା, ଦେଶୀୟ ପକ୍ଷୀ, ନଦୀରେ ନୌବିହାର ଓ ସ୍କାଏ ଓ୍ବାକ୍ ରେ ଜଙ୍ଗଲ ଉପରେ ଚାଲିଚାଲି ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ। ଯିବା ଆସିବା ପାଇଁ ଭିତରକନିକାର ଡାଙ୍ଗମାଳଠାରେ ୬ଟି ଫାଇବର ବୋଟ୍ ଥ‌ିବା ବେଳେ ଗୁପ୍ତିଠାରେ ୪ଟି ଫାଇବର ବୋଟ୍ ବ୍ୟବସ୍ଥା ରହିଛି । ପୂର୍ବବର୍ଷ ଭଳି ପଲିଥିନ୍‌କୁ ବାରଣ କରାଯାଇଛି ବୋଲି ବନବିଭାଗ ପକ୍ଷରୁ ସୂଚନା ମିଳିଛି l

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Bhitarkanika National Park to open for tourists from today | Argus News