Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Economic Corridor / ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ପାଇଁ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ

Bikash Mohanty
Browse all articles by Bikash Mohanty
·5 months ago·2 min read
ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ପାଇଁ ଅର୍ଥନୈତିକ ଯୋଜନାର  ଶୁଭାରମ୍ଭ
Economic Corridor

Key Points

ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ପାଇଁ ଅର୍ଥନୈତିକ କରିଡରର ଶୁଭାରମ୍ଭ

ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ହେବ ଓଡିଶା ଭିଜନ 2047ର ମୁଖ୍ୟ ଗ୍ରୋଥ ଇଞ୍ଜିନ



ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ପାଇଁ ଅର୍ଥନୈତିକ କରିଡର ଶୁଭାରମ୍ଭ ହୋଇଛି। ଓଡ଼ିଶା ଭିଜନ ୨୦୪୭ର ମୁଖ୍ୟ ଗ୍ରୋଥ୍ ଇଞ୍ଜିନ ହେବ ବିସିପିପିଇଆର। ଲୋକସେବା ଭବନରେ ବିସିପିପିଇଆର ଅଧୀନରେ ଅନେକ ଗୁଡିଏ ପ୍ରସ୍ତାବିତ ପ୍ରକଳ୍ପ ଗୁଡିକର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାଦ୍ୱାରା ଏହି ଅଞ୍ଚଳ ଗୁଡିକରେ ପର୍ଯ୍ୟଟନ ଭିତ୍ତିକ ସାଂସ୍କୃତିକ ଓ ଐତିହ୍ୟ ଅର୍ଥନୀତି ଭାବେ ପ୍ରୋତ୍ସାହିତ କରିବ। ଏହି ପ୍ରକଳ୍ପ ଦ୍ଵାରା ଓଡ଼ିଶା ପୂର୍ବ ଭାରତର ଏକ ପ୍ରମୁଖ ବନ୍ଦର ଭିତ୍ତିକ ଶିଳ୍ପ ଓ ଲଜିଷ୍ଟିକ୍ ହବରେ ପରିଣତ ହୋଇପାରିବ।

ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି ସୂଚନା ଦେଇ କହିଛନ୍ତି ଯେ ଭିତ୍ତିଭୂମିର ସର୍ବାଙ୍ଗୀନ ବିକାଶ ମାଧ୍ୟମରେ ଏକ ସମୃଦ୍ଧ ଓଡ଼ିଶା ଗଠନ ଆମ ସରକାରଙ୍କ ପ୍ରମୁଖ ଲକ୍ଷ୍ୟ। ଏହି ଦିଗରେ ନୀତି ଆୟୋଗଙ୍କ ସହଯୋଗରେ ପ୍ରସ୍ତୁତ 'ଭୁବନେଶ୍ୱର-କଟକ-ପୁରୀ-ପାରାଦ୍ୱୀପ ଇକୋନୋମିକ୍ ରିଜିଅନ୍' (BCPPER) ଯୋଜନା ରାଜ୍ୟର ଭିତ୍ତିଭୂମି ଓ ଅର୍ଥନୀତି କ୍ଷେତ୍ରରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। 

ଏହି କରିଡରରେ ୪ଟି ଜିଲ୍ଲା ପୁରୀ-ଖୋର୍ଦ୍ଧା-କଟକ-ଜଗତସିଂହପୁର ସାମିଲ କରାଯାଇଛି। ୧୧ ହଜାର ୮୯୨ ବର୍ଗ କିଲୋମିଟରରେ ଅଞ୍ଚଳ ଏହି କରିଡର ପରିବ୍ୟାପ୍ତ। ଏହି ଅଞ୍ଚଳର ସମନ୍ବିତ ଭିତ୍ତିଭୂମି ସଂସ୍କୃତି-ଅନୁକୂଳ, ନଵସୃଜନ ଅନୁକୂଳ, ପ୍ରକୃତି-ଅନୁକୂଳ ଆଧାରିତ। ପୁରୀର ସାଂସ୍କୃତିକ ଗରିମା, ପାରାଦୀପ ବନ୍ଦର ନଗର, ଆଇଟି ଏଜୁକେସନ ହବ ଭୁବନେଶ୍ୱର, ଐତିହ୍ୟ ସମ୍ପନ୍ନ କଟକ ସହର ଏ ଅଞ୍ଚଳକୁ ଭିନ୍ନ ପରିଚୟ ଦେବ। ୮୦ଟି ପ୍ରକଳ୍ପ ଓ ୩୦ଟି ଢାଞ୍ଚାଗତ ନୀତିକୁ ନେଇ ଯୋଜନା ପ୍ରସ୍ତୁତ ହୋଇଛି। ୨୦୨୫ରେ ରାଜ୍ୟର ଜିଡିପିକୁ ଏହି ୪ଟି ଅଞ୍ଚଳର ଅବଦାନ ୧୯ ପ୍ରତିଶତ, ୨୨.୩୮ ବିଲିଅନ ଡଲାର ରହିଛି। ୨୦୪୭ ସୁଦ୍ଧା ଏହି ଅଞ୍ଚଳର ଅବଦାନ ୧୫ ଗୁଣା ବୃଦ୍ଧି କରିବାକୁ ଲକ୍ଷ୍ୟ ରହିଛି। ଅର୍ଥାତ ୫୦୦ ବିଲିଅନ ଡଲାରକୁ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି। 

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅର୍ଥନୈତିକ ଦୃଷ୍ଟିରୁ ଓଡ଼ିଶା ୫ ନମ୍ଵରରେ ରହିବ। ବହୁତ୍ ସ୍ପିଡରେ କାର୍ଯ୍ୟ କରିବା। ପ୍ରତ୍ୟେକଟି ଯୋଜନାକୁ ସହରର ବିକାଶ ସହ ଯୋଡିବା, ନଚେତ୍ କିଛି ମୂଲ୍ୟ ରହିବ ନାହିଁ। ପାରାଦୀପକୁ ଆଉ କେହି ଛୁଇଁ ପାରିବେ ନାହିଁ। ସମସ୍ତଙ୍କୁ ପଛରେ ପକାଇ ଆମେ ଆଗକୁ ବଢ଼ୁଛେ। ହାଇଦ୍ରାବାଦ ପରି ଭୁବନେଶ୍ୱର ମଧ୍ୟ ଦୌଡ଼ିବ। ରାଜ୍ୟକୁ ଗ୍ରାମାଞ୍ଚଳରୁ ୨୦ପ୍ରତିଶତ ଅର୍ଥ ଆସୁଛି। ଆମ ବଜେଟ୍ ପ୍ରସ୍ତୁତ ହେଉଛି। କେନ୍ଦ୍ର ବଜେଟ ନେଇ ଆସିଛନ୍ତି। ନୀତି ଆୟୋଗ ଓଡ଼ିଶାକୁ ବହୁତ ସୁଯୋଗ ଦେଇ ସହଯୋଗ କରିଛନ୍ତି। 
ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର କହିଥିଲେ ଯେ, ଆଜିର ଏହି ଯୋଜନା ଓଡିଶାର ଭବିଷ୍ୟତ ନିର୍ମାଣରେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ। ଓଡିଶାର ଅର୍ଥନୈତିକ ଅଭିବୃଦ୍ଧି କ୍ଷେତ୍ରରେ ଅତ୍ୟନ୍ତ ସହାୟକ ହେବ। ଆଗାମୀ ଦିନରେ ରାଜ୍ୟର ଅନ୍ୟାନ୍ୟ ଜିଲ୍ଲାରେ ଥିବା ବଡ ବଡ ସହର ମାନଙ୍କ ପାଇଁ ଏଭଳି ଯୋଜନା ପ୍ରସ୍ତୁତ କରାଯିବ। ମୁଖ୍ୟମନ୍ତ୍ରୀ ଦାୟିତ୍ବ ନେବା ପରଠାରୁ ରାଜ୍ୟରେ ସହରୀକରଣର ଅଭିବୃଦ୍ଧିକୁ ପ୍ରାଧାନ୍ୟ ଦେଉଛନ୍ତି। ସହରୀକରଣ ବୃଦ୍ଧି କ୍ଷେତ୍ରରେ ୨୮ଟି ନୂଆ ଏନ୍‌ଏସି, ୭ଟି ମୁନିସ୍‌ପାଲ୍‌ଟି ଏବଂ ଗୋଟିଏ ମହାନଗର ନିଗମ ସୃଷ୍ଟି ସହରୀକରଣ କ୍ଷେତ୍ରରେ ଆମ ପ୍ରତିବଦ୍ଧତାକୁ ପ୍ରତିଫଳିତ କରିଛି।

ନୀତି ଆୟୋଗର ସଦସ୍ୟ ରାଜୀବ ଗୌବା କହିଥିଲେ ଯେ, ବିକଶିତ ଓଡିଶା ନିର୍ମାଣର ପ୍ରମୁଖ ସ୍ତମ୍ଭ ହେଉଛି ଏହି BCPPER ପ୍ରୋଜେକ୍ଟ। ଦେଶର ୨୦ଟି ପ୍ରମୁଖ ସହରର ଉନ୍ନତି ପାଇଁ ପ୍ରସ୍ତାବ ରହିଥିବା ବେଳେ, ପ୍ରଥମ ୫ଟି ମଧ୍ୟରେ BCPPER ସ୍ଥାନିତ ହୋଇଛି। ଏହି ରିଜିଅନର ଅଭିବୃଦ୍ଧି ହେଲେ ଏ ଅଞ୍ଚଳବାସୀଙ୍କର ମଧ୍ୟ ଅଭିବୃଦ୍ଧି ଘଟିବ। ଲୋକମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଆସିବ । ଏହି ଯୋଜନାକୁ ଯଥାଶୀଘ୍ର କାର୍ଯ୍ୟକାରୀ କରିବା ପାଇଁ ସେ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Economic Corridor | Economic Corridor | Bhubaneswar–Cuttack–Puri–Paradeep Economic Corridor Launched by CM Mohan Majhi | Argus News