ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କ ସମ୍ମିଳନୀ, କାର୍ଯ୍ୟକ୍ରମର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

Key Points
ଆଜି ଭୁବନେଶ୍ୱରରେ ପୂର୍ବପ୍ରାନ୍ତ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କ ସମ୍ମିଳନୀ
କାର୍ଯ୍ୟକ୍ରମର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଯୋଗ ଦେବେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ, ପୂର୍ବ ପ୍ରାନ୍ତ ରାଜ୍ୟ ଗୁଡିକର ପରିବହନ ମନ୍ତ୍ରୀ
ଆଜି ଭୁବନେଶ୍ୱରରେ ପୂର୍ବପ୍ରାନ୍ତ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କ ସମ୍ମିଳନୀ । ଯୋଗ ଦେବେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ, ପୂର୍ବ ପ୍ରାନ୍ତ ରାଜ୍ୟ ଗୁଡିକର ପରିବହନ ମନ୍ତ୍ରୀ । ଭୁବନେଶ୍ୱରର ଏକ ଘରୋଇ ହୋଟେଲର କନଭେନସନ୍ ରେ କାର୍ଯ୍ୟକ୍ରମର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛତିଶଗଡ଼, ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଏବଂ ଆଣ୍ଡାମାନ ଓ ନିକୋବାର ଦ୍ୱୀପପୁଞ୍ଜ କେନ୍ଦ୍ରଶାସିତ ଅଞ୍ଚଳ ସମେତ ଓଡ଼ିଶାର ବିମାନ ଚଳାଚଳ ପ୍ରତିନିଧିମାନେ ଆଲୋଚନାରେ ଅଂଶଗ୍ରହଣ କରିବେ।
ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ, ଭାରତୀୟ ବିମାନବନ୍ଦର ପ୍ରାଧିକରଣ, ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ, ବେସାମରିକ ବିମାନ ସୁରକ୍ଷା ବ୍ୟୁରୋ ଏବଂ ବିମାନବନ୍ଦର ଆର୍ଥିକ ନିୟାମକ ପ୍ରାଧିକରଣର ବରିଷ୍ଠ ଅଧିକାରୀମାନେ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ । ସମ୍ମିଳନୀ ପୂର୍ବରୁ ଗତକାଲି ସଂଧ୍ୟାରେ ହୋଟେଲ ମେଫେୟାରରେ ରାତ୍ର ଭୋଜନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡୁ କିଞ୍ଜରାପୁ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ କନକ ବର୍ଦ୍ଧନ ସିଂହଦେଓ, ବାଣିଜ୍ୟ, ପରିବହନ, ଇସ୍ପାତ ଏବଂ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ ସାମିଲ ହୋଇଥିଲେ ।