ଡ୍ରଫ୍ ଆଉଟ୍ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି
·1 year ago·1 min read

ଡ୍ରଫ୍ ଆଉଟ୍ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଏଣିକି ଘରକୁ ଘର ବୁଲି ଶୂନରୁ ୧୮ ବର୍ଷରୁ କମ୍ ପିଲାଙ୍କୁ ଚିହ୍ନଟ କରିବେ ଶିକ୍ଷକ, ଶିକ୍ଷୟିତ୍ରୀ। କେଉଁ ଗ୍ରାମର କେତେ ପିଲା ଅଧାରୁ ପାଠପଢ଼ା ଛାଡ଼ିଛନ୍ତି ତାହାର ତାଲିକା ପ୍ରସ୍ତୁତ କରିବେ। ବିଦ୍ୟାଳୟ ଆଖପାଖ ଅଞ୍ଚଳ ସମେତ ନିକଟବର୍ତ୍ତୀ ଗ୍ରାମ, ପଡ଼ା, ସାହି, କଲୋନୀରେ ପହଞ୍ଚି ସେମାନେ ପିଲାଙ୍କ ସମ୍ପର୍କରେ ଟିକିନିଖି ତଥ୍ୟ ସଂଗ୍ରହ କରିବେ। ଆଦୌ ସ୍କୁଲ ମାଟି ମାଡ଼ି ନଥିବା ପିଲାଙ୍କୁ ଗୁରୁତ୍ବ ଦିଆଯିବ। ଯଦି ସ୍କୁଲ ଯାଇ ଅଧାରୁ ପାଠପଢ଼ା ଛାଡ଼ିଥାନ୍ତି ତାହା ହେଲେ କେଉଁ ବିଦ୍ୟାଳୟରେ ପଢୁଥିଲେ ତାହା ମଧ୍ୟ ଉଲ୍ଲେଖ କରିବେ। କେଉଁ କାରଣ ପାଇଁ ଅଧାରୁ ପାଠପଢ଼ା ଛାଡ଼ିଛନ୍ତି ତାହା ମଧ୍ୟ ସ୍ପଷ୍ଟ କରିବେ। ପ୍ରଧାନ ଶିକ୍ଷକମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଶିକ୍ଷକ, ଶିକ୍ଷୟିତ୍ରୀ ଏହି କାର୍ଯ୍ୟ କରିବାକୁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏପ୍ରିଲ ୩୦ରୁ ମେ ୫ ମଧ୍ୟରେ ଗୋଟିଏ ସମୟରେ ସାରା ରାଜ୍ୟରେ ସର୍ଭେ କରାଯାଉଛି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: