Videos
|
Odisha

ଗାଡ଼ି ଧକ୍କାରେ ବାଇକ୍ ଆରୋହୀ ମୃତ

Ritu Das
Browse all articles by Ritu Das
·2 years ago
ଗାଡ଼ି ଧକ୍କାରେ ବାଇକ୍ ଆରୋହୀ ମୃତ

ଅର୍ଗସ ବ୍ୟୁରୋ: କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଏନ୍ ଏଚ୍ ୫୨୦ କଣ୍ଡରା ନିକଟରେ ଅଜଣା ଗାଡ଼ି ଧକ୍କାରେ  ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବଡ଼ବିଲ ମହାନ୍ତ ବସ୍ତି ଅଞ୍ଚଳର ତାପସ କୁମାର ବାରିକ। 

ତାପସ ନିଜ ବାଇକ ଯୋଗେ ରିମୁଳି ପଟୁ ବଡ଼ବିଲ ଅଭିମୁଖେ ଆସୁଥିବାବେଳେ ସନ୍ଧ୍ୟା ପ୍ରାୟ ସାଢ଼େ ୫ଟା ସମୟରେ  କୌଣସି ଏକ ଗାଡ଼ି ତାଙ୍କୁ ଧକ୍କା ଦେଇ ସେଠାରୁ ପଳାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାପସଙ୍କ ମୃତ୍ୟୁ ଘଟିଥିଲା । ଖବର ପାଇ ଯୋଡ଼ା ପୋଲିସ ସେଠାରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହକୁ ଯୋଡା ସ୍ଥିତ ଟାଟା ଷ୍ଟିଲ ହସ୍ପିଟାଲର ଶବ ଗୃହକୁ ପଠାଯାଇଛି। ଆସନ୍ତାକାଲି ଶବ ବ୍ୟବଚ୍ଛେଦ କରାଯିବ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Bike ride | Argus News