Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜେଡ଼ି ନେତା ଏବଂ ରାଜ୍ୟ ସରକାରଙ୍କ ସଂପୃକ୍ତି ରହିଛି: ଲେଖାଶ୍ରୀ ସାମନ୍ତସିଂହାର

Banajyotshna Ray
Browse all articles by Banajyotshna Ray
·2 years ago·2 min read
ବିଜେଡ଼ି ନେତା ଏବଂ ରାଜ୍ୟ ସରକାରଙ୍କ ସଂପୃକ୍ତି  ରହିଛି: ଲେଖାଶ୍ରୀ ସାମନ୍ତସିଂହାର

ଅର୍ଗସ ବ୍ୟୁରୋ: ମଦ ବ୍ୟବସାୟୀଙ୍କ ଘରେ ଆଇଟି ରେଡ କରିବା ପ୍ରସଙ୍ଗରେ ବିଜେଡି ଉପରେ ବର୍ଷିଛନ୍ତି ବିଜେପି ଉପସଭାନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର।
ବିଜେଡ଼ି ନେତା ଏବଂ ରାଜ୍ୟ ସରକାରଙ୍କ ସଂପୃକ୍ତି ନେଇ ସାଂଘାତିକ ଅଭିଯୋଗ ଆଣିଲା ବିଜେପି । ସେ କହିଛନ୍ତି ଯେ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପ୍ରଦୀପ ଅମାତ, ଟୁକୁନି ସାହୁ ଏବଂ ବିଜେଡ଼ି ନେତା ଯୋଗେଶ ସିଂଙ୍କ ଭଳି ନେତା ସଂପୃକ୍ତ ଅଛନ୍ତି ବୋଲି ବିଜେପିର ଅଭିଯୋଗ । କଂଗ୍ରେସର ଝାଡ଼ଖଣ୍ଡ ସାଂସଦ ହେଉଛନ୍ତି ମାଲିକ । କିନ୍ତୁ ବିଜେଡ଼ି ହେଉଛି ମ୍ୟାନେଜର । ଭିଜିଲାନ୍ସ, କ୍ରାଇମ ବ୍ରାଞ୍ଚ, ଅବକାରୀ ବିଭାଗ, ଇଓଡବ୍ଲ୍ୟୁ କଣ କରୁଥିଲେ ? ଏହି ମଦ ବ୍ୟବସାୟୀ ହିଁ ନିର୍ବାଚନ ସମୟରେ ବିଜେଡିର ମଦ ଏବଂ ଟଙ୍କାର ସୋର୍ସ ।

ବାରମ୍ବାର ଗୋଟିଏ କମ୍ପାନୀକୁ ଟେଣ୍ଡର ନେଇ ମଧ୍ୟ ପ୍ରଶ୍ନ ଉଠାଇଛି ବିଜେପି । ମୁଖ୍ୟମନ୍ତ୍ରୀ ତାଙ୍କ ନେତା ଏବଂ ମନ୍ତ୍ରୀଙ୍କ ସଂପୃକ୍ତି ନେଇ ସ୍ପଷ୍ଟ କରନ୍ତୁ । ମୋଦିଙ୍କ ଗ୍ୟାରେଣ୍ଟି ଯୋଗୁଁ ଏତେ ବଡ ରେଡ ସମ୍ଭବ ହୋଇଛି । ପୂର୍ବରୁ କଂଗ୍ରେସ ଶାସନରେ କେତେ ଟଙ୍କା ଆତ୍ମସାତ ହେଇଥିଲା କେହି ଜାଣି ପାରୁନଥିଲେ । ମୋଦି ଗ୍ୟାରେଣ୍ଟି ଦେଇଛନ୍ତି, ଯେଉଁଠି ଦୁର୍ନୀତି ହେବ ସେ ଟଙ୍କା ଧାରା ପଡ଼ିବ ଏବଂ ଲୋକଙ୍କ ପାଖକୁ ଫେରିବ ।

ଆଇଟି ରେଡ ନେଇ ବିଜେପିର ଅଭିଯୋଗ ଉପରେ ବିଜେଡ଼ି ପ୍ରତିକ୍ରିୟା ରଖିଛି। ବିଜେଡି ବିଧାୟକ ମନ୍ତ୍ରୀଙ୍କ କିଛି ସଂପୃକ୍ତି ନାହିଁ। ମୁଖ୍ୟମନ୍ତ୍ରୀ କହିଛନ୍ତି ଆଇନ ତା ବାଟରେ ଯିବ। ଯିଏ ସଂପୃକ୍ତ ଥିବ କାର୍ଯାନୁଷ୍ଠାନ ହେବ। ଯେ କୌଣସି ଦଳରେ ଯିଏ ଥିବ କାର୍ଯାନୁଷ୍ଠାନ ହେବ। ସଠିକ୍ ଅନୁସନ୍ଧାନ ଚାଲିଛି। ଆଇଟି ତଦନ୍ତ କରୁଛି ସତ୍ୟାସତ୍ୟ ସାମ୍ନାକୁ ଆସିବ। ବିରୋଧି ତାଙ୍କ କଥା କହିବେ। ବିଜେଡିରେ କିନ୍ତୁ କେହି ସଂପୃକ୍ତ ନାହାନ୍ତି। କିନ୍ତୁ ଓଡିଶା ଭଳି ରାଜ୍ୟରେ ଏତେ ଟଙ୍କା ନଗଦ କ୍ୟାସ ବାହାରିବା ଦେଖି ଆଶ୍ଚର୍ଯ୍ୟ ଲାଗୁଛି  ବୋଲି ବିଜେଡି ବିଧାୟକ ସତ୍ୟନାରାୟଣ ପ୍ରଧରନ କହିଛନ୍ତି। ଏହାସହ ଆହୁରି କହିଛନ୍ତି ଯେ, ମହୁଆ ମୋଇତ୍ରଙ୍କ  ଘଟଣାରେ ପିନାକୀ ମିଶ୍ରଙ୍କର କୌଣସି ସମ୍ପର୍କ ନାହିଁ। ବିଜେପି ଅଭିଯୋଗର କୌଣସି ବାସ୍ତବତା ନାହିଁ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଓଡିଶା ଖବର: 
 

Sponsored
BJD leader and state government are related: lekhashree Samantasinghar | Argus News