ଗ୍ୟାସ ବୋଝେଇ ଟ୍ୟାଙ୍କର ସହ ପ୍ରସନ୍ନଙ୍କ କାର ମୁହାଁମୁହିଁ ଧକ୍କା

ଅର୍ଗସ ବ୍ୟୁରୋ : ଦୁର୍ଘଟଣାରେ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର । ରେଢାଖୋଲ ବେଲଡିହି ନିକଟରେ ଏକ ଗ୍ୟାସ ବୋଝେଇ ଟ୍ୟାଙ୍କର ସହ ପ୍ରସନ୍ନଙ୍କ କାର ମୁହାମୁହି ଧକ୍କା ହେବା ଫଳରେ ପ୍ରସନ୍ନ ଓ ତାଙ୍କ ପିଏସଓ ଗୁରୁତର ହୋଇଛନ୍ତି । ଉଭୟଙ୍କୁ ରେଢାଖୋଲରେ ପ୍ରାଥମିକ ଚିକିତ୍ସା ପରେ ସମ୍ବଲପୁରରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ପ୍ରସନ୍ନ ଭୁବନେଶ୍ବରରୁ ବରଗଡ ଫେରିବା ସମୟରେ ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି । ଟ୍ରକ ଡ୍ରାଇଭରକୁ ପୋଲିସ ଅଟକ ରଖିଛି । ତେବେ ପରେ ତାଙ୍କୁ ସମ୍ବଲପୁରର ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଛି । ତାଙ୍କ ମୁଣ୍ଡ, ଆଖି, ନାକରେ ଗୁରୁତର ଆଘାତ ଲାଗିଥିବା ବେଳେ ବର୍ତମାନ ସେ ଆଇସିୟୁରେ ଅଛନ୍ତି । ଖୁବଶୀଘ୍ର ଏୟାର ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ସ୍ଥାନାନ୍ତର କରାଯିବା ନେଇ ସୂଚନା ମିଳିଛି । ସେପଟେ ପ୍ରସନ୍ନ ଆଚାର୍ଯ୍ୟଙ୍କ ପିଏସ୍ଓ ଏବଂ ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି ।
