Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଓଡ଼ିଶାରେ ବିଜେପି ହେଭିଓ୍ବେଟଙ୍କ ଧୂଆଁଧାର ପ୍ରଚାର

Ritu Das
Browse all articles by Ritu Das
·2 years ago·1 min read
ଓଡ଼ିଶାରେ ବିଜେପି ହେଭିଓ୍ବେଟଙ୍କ ଧୂଆଁଧାର ପ୍ରଚାର

ଅର୍ଗସ ବ୍ୟୁରୋ: ବିଜେପି ଫୋକସରେ ଓଡ଼ିଶା। ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ କେନ୍ଦ୍ରୀୟ ନେତା। ହେଭିୱେଟଙ୍କ ପ୍ରଚାରରେ ଜମୁଛି ନିର୍ବାଚନୀ ମାହୋଲ୍। ଆଜି ଓଡ଼ିଶା ଆସୁଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା।

ଯୋଗୀ ଆଦିତ୍ୟନାଥ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁର ନିର୍ବାଚନ ମଣ୍ଡଳୀ ଓ ପୁରୀ ଲୋକସଭା ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବେ। ପ୍ରଥମେ ସାଲେପୁରର କୁଳିଆରେ ଜନସଭାକୁ ଉଦବୋଧନ ଦେବେ ଯୋଗୀ । ଏଥିରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ସାମିଲ ହେବେ। ଏଥିସହିତ ୭ଟି ବିଧାନସଭା ଆସନ ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର ଏବଂ ମହାକାଳପଡ଼ାର ବିଧାୟକ ପ୍ରାର୍ଥୀ ମାନେ ବି ରହିବେ ।

ଯୋଗୀଙ୍କ ବ୍ୟତୀତ ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ମଧ୍ୟ ଓଡ଼ିଶା ଆସୁଛନ୍ତି। କରଞ୍ଜିଆ, ଧାମନଗର, ବଡ଼ଚଣା, ବାଲିକୁଦା ସଭାରେ ଯୋଗ ଦେବେ ନଡ୍ଡା। ସେହିପରି ବିଶ୍ବଶର୍ମା ଦେବଗଡ଼, ବଡବିଲ, ଚୌଦ୍ବାର ଓ ବଡମ୍ବାରେ ସଭା କରିବେ। ସେହିପରି ଆସନ୍ତା ୨୫ରେ ପୁଣି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ୪ଟି ସ୍ଥାନରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ ଶାହ ।
ବାରିପଦା, ଚାନ୍ଦବାଲି, କୋରେଇ ଓ ନିମାପଡ଼ାରେ ଆୟୋଜିତ ଜନସଭାରେ ଯୋଗଦେବେ ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୯ରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ସୂଚନା ଦେଇଛନ୍ତି ଓଡ଼ିଶା ନିର୍ବାଚନୀ ପ୍ରଭାରୀ ବିଜୟପାଲ ସିଂ ତୋମାର । ମୋଦି କେନ୍ଦ୍ରାପଡ଼ା ଓ ବାଲେଶ୍ୱରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ନିର୍ବାଚନ ଖବର 
 

Sponsored
BJP heavyweights | Argus News