Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦାବିପତ୍ର ଦେଲେ ବିଜେପି ପ୍ରତିନିଧିମଣ୍ଡଳୀ

Odisha

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦାବିପତ୍ର ଦେଲେ ବିଜେପି ପ୍ରତିନିଧିମଣ୍ଡଳୀ

Jitendra Dash
Browse all articles by Jitendra Dash
·2 years ago·2 min read
ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦାବିପତ୍ର ଦେଲେ ବିଜେପି ପ୍ରତିନିଧିମଣ୍ଡଳୀ

ଅର୍ଗସ ବ୍ୟୁରୋ : ଆଗକୁ ୨୦୨୪ ସାଧାରଣ ଲୋକସଭା ଓ ବିଧାନସଭା ନିର୍ବାଚନ । ଏହି ନିର୍ବାଚନରେ ସରକାରୀ ଦଳ କଳବଳର ଅପପ୍ରୟୋଗ କରି ନିର୍ବାଚନ ଜିତିବାକୁ ଚାହୁଁଛି । ପୋଲିସ ପ୍ରଶାସନ, ସାମ୍ବିଧାନିକ ବିଧିବ୍ୟବସ୍ଥା ଏବଂ ଅନୁଷ୍ଠାନମାନଙ୍କୁ ବ୍ୟବହାର କରିି ଜନମତକୁ ବିଭ୍ରାନ୍ତ କରୁଥିବାର ଏବେଠାରୁ ବହୁ ଅଭିଯୋଗ ଓ ପ୍ରମାଣ ବାରମ୍ବାର ଆସୁଛି । ନିର୍ବାଚନ ପରିଚାଳନାକୁ ଅବାଧ, ମୁକ୍ତ ଓ ନିରପେକ୍ଷ କରାଇବା ଦାୟୀତ୍ୱ ହେଉଛି ନିର୍ବାଚନ କମିଶନଙ୍କର, ଆଉ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶକୁ ପାଳନ କରିବା ଦାୟୀତ୍ୱ ହେଉଛି ରାଜ୍ୟ ସରକାରଙ୍କର । ସେଥିପାଇଁ ୩ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ଅବସ୍ଥାପିତ ଥିବା ବିଭିନ୍ନ ବିଭାଗର ଅଧିକାରୀଙ୍କୁ ତୁରନ୍ତ ବଦଳି କରାଯାଉ ବୋଲି ରାଜ୍ୟ ଉପସଭାନେତ୍ରୀ ଡ.ଲେଖାଶ୍ରୀ ସାମନ୍ତସିଂହାରଙ୍କ ନେତୃତ୍ୱରେ ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ବିଜେପିର ଏକ ପ୍ରତିନିଧି ଦଳ ଦାବୀ ଜଣାଇଛି ।

ବିଭିନ୍ନ ଜିଲ୍ଲାରେ ଦୀର୍ଘ ବର୍ଷ ଧରି ଅଥବା ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ଅବସ୍ଥାପିତ ଥିବା ବହୁ ଅଧିକାରୀ ଦୃଷ୍ଟିଗୋଚର ହେଉଛନ୍ତି । ସେମାନେ ହେଲେ ଢ଼େଙ୍କାନାଳ ଜିଲ୍ଲାର ପିଡି ଡିଆରଡିଏ ଜ୍ୟୋତି ରଞ୍ଜନ ସାହୁ, ଗଞ୍ଜାମର ଇନ୍‌ସିପେକ୍ଟର ବିବେକାନନ୍ଦ ସ୍ୱାଇଁ, ଗଞ୍ଜାମର ଡିଏସପି ଶିବ ଶଙ୍କର ମହାପାତ୍ର, ଭୁବନେଶ୍ୱର ଡିଏସପି ସୁଜିତ କୁମାର ଦଳାଇ, ଡିଏସ୍‌ପି ସୁଧାକର ମିଶ୍ର, ସଚିିବାଳୟ ଏସ୍‌ପି ସେଖର କୁମାର ମହାପାତ୍ର ସମେତ ଅନ୍ୟ ସରକାରୀ ଅଧିକାରୀମାନଙ୍କୁ ତୁରନ୍ତ ବଦଳି କରାଯିବାକୁ ସଂପୃକ୍ତ ବିଭାଗର ଉଚ୍ଚ ପଦାଧିକାରୀଙ୍କୁ ନିର୍ଦ୍ଦେଶନାମା ଜାରି କରନ୍ତୁ । ଏପରିକି ନିର୍ବାଚନ ପରିଚାଳନା ଦାୟୀତ୍ୱରେ ଥିବା ସରକାରୀ ଅଧିକାରୀମାନେ ନିଜ ଗୃହ ଜିଲ୍ଲାରେ ମଧ୍ୟ ଅବସ୍ଥାପିତ ହୋଇପାରିବେ ନାହିଁ । ଏପରି ଆହୁରି ଅନେକ ଅଧିକାରୀ ଗୋଟିଏ ସ୍ଥାନରେ ଏବଂ ଗୋଟିଏ ପଦରେ ଦୀର୍ଘ ବର୍ଷ ଧରି କାର୍ଯ୍ୟ କରିଆସୁଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଦଳୀୟ କାର୍ଯ୍ୟରେ ଏମାନଙ୍କୁ ରାଜ୍ୟ ସରକାର ଜାଣିଶୁଣି ବ୍ୟବହାର କରୁଥିବାର ଅନେକ ନଜିର ରହିଛି । ଏହା ଦ୍ୱାରା ଅବାଧ ଓ ନିରପେକ୍ଷ ନିର୍ବାଚନରେ ବାଧା ସୃଷ୍ଟି ହେବାରେ ଆଶଙ୍କା ରହିଛି । ସରକାରୀ ଅଧିକାରୀମାନେ ନିଜ କର୍ତବ୍ୟ ଓ ଦାୟିତ୍ୱ ଭୁଲି ଶାସକ ଦଳର ଏଜେଂଟ ଭାବେ କାର୍ଯ୍ୟ କରିବା ସଂପୂର୍ଣ୍ଣ ଅଗଣତାନ୍ତ୍ରିକ ଏବଂ ଅଣସାମ୍ବିଧାନିକ । ତେଣୁ ଯଥାଶୀଘ୍ର ସେମାନଙ୍କୁ ବଦଳି କରାଯାଉ ବୋଲି ଡ.ଲେଖାଶ୍ରୀ ଦାବି ପତ୍ରରେ ଉଲ୍ଲେଖ କରିଛନ୍ତି । ଏହି ପ୍ରତିନିଧିମଣ୍ଡଳୀରେ ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ସାମାଜିକ ଗଣମାଧ୍ୟମ ସଂଯୋଜକ ଉମାକାନ୍ତ ପଟ୍ଟନାୟକ,  ନିର୍ବାଚନ ସେଲ୍ ସଂଯୋଜକ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ । 

Argus Whatsapp Channel Mobile Top
Sponsored
BJP Mandal representatives met the Chief Election Officer of the state and submitted their demands | Argus News