Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ରାଜ୍ୟ କାର୍ଯ୍ୟାଳୟରେ ବିଜେପିର ମିଶ୍ରଣ ପର୍ବ

Odisha

ରାଜ୍ୟ କାର୍ଯ୍ୟାଳୟରେ ବିଜେପିର ମିଶ୍ରଣ ପର୍ବ

Swayangprajna Mishra
Browse all articles by Swayangprajna Mishra
·2 years ago·1 min read
ରାଜ୍ୟ କାର୍ଯ୍ୟାଳୟରେ ବିଜେପିର ମିଶ୍ରଣ ପର୍ବ

ଅର୍ଗସ ବ୍ୟୁରୋ : ବିଜେପିର ମିଶ୍ରଣ ପର୍ବ । ପଦ୍ମ ଧରିଲେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ, ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଏବଂ ଭଦ୍ରକର ପୂର୍ବତନ କଂଗ୍ରେସ ବିଧାୟକ ନରେନ୍ ପଲେଇ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତରେ ଦଳରେ ସାମିଲ ହୋଇଛନ୍ତି । ପ୍ରେମାନନ୍ଦ ନାଏକ ଗତ ବର୍ଷ ଅକ୍ଟୋବର ୧୨ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ । ୨୦୦୯ରେ ପ୍ରଥମଥର ପାଇଁ ତେଲକୋଇରୁ ବିଜେଡି ଟିକେଟରେ ବିଧାୟକ ଭାବେ ବିଜୟୀ ହୋଇଥିଲେ । ସେହିପରି ୨୦୧୯ରେ ଦ୍ଵିତୀୟ ଥର ପୁଣି ତେଲକୋଇ ବିଧାୟକ ଭାବେ ନିର୍ବାଚିତ ହେବା ପରେ ନବୀନଙ୍କ ମନ୍ତ୍ରୀ ମଣ୍ଡଳରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଥିଲେ। 

ଅଧିକ ପଢନ୍ତୁ : ବିଜେପିରେ ମିଶିଲେ ୪୦ରୁ ଉର୍ଦ୍ଧ୍ବ ନେତା

ଗୋଷ୍ଠୀ କନ୍ଦଳ ପାଇଁ ବିଜେଡି ଛାଡିଥିବା କହିଥିଲେ ପ୍ରେମାନନ୍ଦ । ସେହିପରି ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଗତ ଉପନିର୍ବାଚନରେ ବିଜେଡି ଟିକେଟ ନଦେବାରୁ ବିଦ୍ରୋହୀ ପ୍ରାର୍ଥୀ ହୋଇଥିଲେ। ପରେ ବିଜେଡି ତାଙ୍କୁ ଦଳରୁ ବହି ବହିଷ୍କୃତ କରିଥିଲା । ଅନ୍ୟପଟେ ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ କଂଗ୍ରେସ ଟିକେଟରେ ବିଧାୟକ ହୋଇଥିଲେ । ୨୦୧୯ରେ କଂଗ୍ରେସ ତାଙ୍କୁ ଟିକେଟ ନଦେବାରୁ ଅସନ୍ତୁଷ୍ଟ ଥିଲେ ନରେନ । ତେବେ ଗତକାଲି କଂଗ୍ରେସ ଛାଡ଼ି ଆଜି ବିଜେପିରେ ମିଶିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
BJP merger programme in state offices | Argus News