Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜା ଚକ୍ର ଓକିଲଙ୍କ ନାଁରେ ମାନହାନି ମକଦ୍ଦମା ଦାୟର କଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

Rashmita Mishra
Browse all articles by Rashmita Mishra
·1 year ago·1 min read
ରାଜା ଚକ୍ର ଓକିଲଙ୍କ ନାଁରେ ମାନହାନି ମକଦ୍ଦମା ଦାୟର କଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍‌ସି ଆର୍ଥିକ ଅନିୟମିତତା ମାମଲାରେ ଛନ୍ଦି ହୋଇଥିବା ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜାଙ୍କ ଓକିଲ ସୀତାଂଶୁ ଦ୍ବିବେଦୀଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସେ ଆଜି ବାଲେଶ୍ୱର ଏସଡିଜେଏମ କୋର୍ଟରେ ସୀତାଂଶୁ ଦ୍ବିବେଦୀଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରିଛନ୍ତି।

ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନି ମୋକଦ୍ଦମା ଦାୟର କରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ରାଜା ଚକ୍ରଙ୍କ ଓକିଲ ସୀତାଂଶୁ ଦ୍ବିବେଦୀଙ୍କ ନାଁରେ ସେ ମୋକଦ୍ଦମା ଦାୟର କରିଛନ୍ତି। ବାଲେଶ୍ବର ଏସ୍‌ଡିଜିଏମ୍‌ କୋର୍ଟରେ ମୋକଦ୍ଦମା ଦାୟର ହୋଇଛି। ସୀତାଂଶୁଙ୍କ ବୟାନ ଉପରେ ମନମୋହନ ମାନହାନି ମୋକଦ୍ଦମା ଦାୟର କରିଛନ୍ତି।

ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଓ ପରିବହନ କୋ-ଅପରେଟିଭ ସୋସାଇଟିରେ ଆର୍ଥିକ ଘୋଟାଲା ଘଟଣାର ତଦନ୍ତ କ୍ରାଇମ ବ୍ରାଞ୍ଚ ପକ୍ଷରୁ ଚାଲିଛି। ଏହି ଘଟଣାରେ କ୍ରାଇମ ବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ର ସମେତ ୪ଜଣଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ତେବେ ଏହି ଘଟଣାରେ ତଦନ୍ତକାରୀ ସଂସ୍ଥା ରାଜା ଚକ୍ରଙ୍କୁ ଅଧିକ ପଚରାଉଚରା କରିବାକୁ ଶୁକ୍ରବାର ସ୍ଥାନୀୟ ଏସଡିଜେଏମ କୋର୍ଟରେ ୭ ଦିନ ପାଇଁ ରିମାଣ୍ଡରେ ନେବାକୁ ଆବେଦନ କରିଥିବା ସୂଚନା ମିଳିଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
bjp-state-president-manmohan-samal-files-defamation-case-against-lawyer-raja-chakra | Argus News