Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଭୁବନେଶ୍ବର ଫେରିଲେ ବିଜେପି ରାଜ୍ୟ ସଭାପତି

Odisha

ଭୁବନେଶ୍ବର ଫେରିଲେ ବିଜେପି ରାଜ୍ୟ ସଭାପତି

Ritu Das
Browse all articles by Ritu Das
·2 years ago·1 min read
ଭୁବନେଶ୍ବର ଫେରିଲେ ବିଜେପି ରାଜ୍ୟ ସଭାପତି

ଅର୍ଗସ ବ୍ୟୁରୋ: ମେଣ୍ଟ ଚର୍ଚ୍ଚା ଭିତରେ ଆସିଲା ବଡ ଖବର । ପୁଣିଥରେ ସୋସିଆଲ ମିଡ଼ିଆ ଏକ୍ସରେ ବଡ ବୟାନ ରଖିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ରାଜ୍ୟରେ ଏଥର ଏକାକୀ ଲଢିବ ବିଜେପି । ସମସ୍ତ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନରେ ବିଜେପି ଏକାକୀ ଲଢିବ ବୋଲି ସ୍ପଷ୍ଟ କରିଛନ୍ତି ମନମୋହନ । ଦିଲ୍ଲୀରୁ ଫେରିବା ପରେ ମନମୋହନ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଏକ୍ସରେ ଏଭଳି କହିଛନ୍ତି ।

ଏହାସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି ମନମୋହନ । କେନ୍ଦ୍ରର ମୋଦୀ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ସମର୍ଥନ କରୁଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ । ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ । କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି । ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହ‌ମତ ହୋଇପାରୁନାହୁଁ । ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ବିଜେପି ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ। 

ଅଧିକ ପଢ଼ନ୍ତୁ ରାଜନୀତି ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
BJP state | Argus News