|
logo
Live

Argus News - ଓଡିଶାବାସୀଙ୍କ ଜୀବନ ନେଇ ଯେଉଁ ଖେଳ ଖେଳୁଛନ୍ତି ତାହାକୁ ବନ୍ଦ କରନ୍ତୁ ରାଜ୍ୟ ସରକାର : ରାଜ୍ୟ ବିଜେପି ସଭାପତି

Odisha

ଓଡିଶାବାସୀଙ୍କ ଜୀବନ ନେଇ ଯେଉଁ ଖେଳ ଖେଳୁଛନ୍ତି ତାହାକୁ ବନ୍ଦ କରନ୍ତୁ ରାଜ୍ୟ ସରକାର : ରାଜ୍ୟ ବିଜେପି ସଭାପତି

Jitendra Dash
Browse all articles by Jitendra Dash
·2 years ago·3 min read
ଓଡିଶାବାସୀଙ୍କ ଜୀବନ ନେଇ ଯେଉଁ ଖେଳ ଖେଳୁଛନ୍ତି ତାହାକୁ ବନ୍ଦ କରନ୍ତୁ ରାଜ୍ୟ ସରକାର : ରାଜ୍ୟ ବିଜେପି ସଭାପତି

ଅର୍ଗସ ବ୍ୟୁରୋ : ପ୍ରଧାନମନ୍ତ୍ରୀ ସ୍ୱଚ୍ଛ ଭାରତ ଯୋଜନାରେ କୋଟି କୋଟି ଟଙ୍କା ଦେଉଛନ୍ତି, କିନ୍ତୁ ଓଡ଼ିଶାରେ ତାହାର କୌଣସି ସୁଫଳ ମିଳୁନାହିଁ । ମୁଖ୍ୟମନ୍ତ୍ରୀ ନବୀନ ବାବୁ ଭୁବନେଶ୍ୱରେ ଅଳିଆ ପାହାଡ ଛିଡା କରାଇଛନ୍ତି । ନବୀନ ଶାସନ ଓ ଅଳିଆ ଗନ୍ଧରେ ଲୋକେ ତ୍ରାହି ତ୍ରାହି ଡାକୁଛନ୍ତି । ସାରା ସହର ଗନ୍ଧମୟ । ହଜାର ହଜାର ଲୋକ ଡେଙ୍ଗୁରେ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସରକାରଙ୍କ ଜୀବନ ଦେବାର ଅଧିକାର ନାହିଁ କିନ୍ତୁ ଜୀବନ ନେବାର ଅଧିକାର କେଉଁଠୁ ଆସିଲା ? ରାଜ୍ୟ ସରକାର ସାମାଜିକ ଅପରାଧ କରିଛନ୍ତି ଏବଂ ବିଧିବ୍ୟବସ୍ଥା ଅନୁଯାୟୀ ଦଣ୍ଡିତ ହେବା ଉଚିତ୍ । ରାଜ୍ୟ ସରକାର ତୁରନ୍ତ ଏହି ‘ଗାଡକଣସ୍ଥିତ କୃତ୍ରିମ ଅଳିଆ ପାହାଡ’ ସ୍ଥାୟୀ ସମାଧାନ କରନ୍ତୁ । ରାଜ୍ୟ ସରକାର ଓଡିଶାବାସୀଙ୍କ ଜୀବନ ନେଇ ଯେଉଁ ଖେଳ ଖେଳୁଛନ୍ତି ତାହାକୁ ବନ୍ଦ କରନ୍ତୁ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ରାଜ୍ୟ ସଭାପତି ଶ୍ରୀ ସାମଲ ଆଜି ‘ଗାଡକଣସ୍ଥିତ କୃତ୍ରିମ ଅଳିଆ ପାହାଡ’ ପରିଦର୍ଶନ କରି ବାସ୍ତବ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏହା ପରେ ଭୁବନେଶ୍ୱର ଜିଲ୍ଲା ତରଫରୁ ଜାରୀ ରହିଥିବା ସତ୍ୟାଗ୍ରହ କାର୍ଯ୍ୟକ୍ରମରେ ଯୋଗ ଦେଇ ଶ୍ରୀ ସାମଲ କହିଛନ୍ତି ଯେ; ସତ୍ୟାଗ୍ରହକୁ ୪ଦିନ ବିତିଲେବି ରାଜ୍ୟ ସରକାର ନିଦାବିଷ୍ଣୁ । ଓଡ଼ିଶାରେ ସରକାର ନାହିଁ । ମୁଖ୍ୟମନ୍ତ୍ରୀ ଦୃଶ୍ୟମାନ ହେଉନାହାନ୍ତି । ଭଗବାନ ଭରସାରେ ଓଡ଼ିଶାରେ ସରକାର ଚାଲିଛି । ମୁଖ୍ୟମନ୍ତ୍ରୀ ନବୀନ ବାବୁ ଯଦି ଶାସନ ଚଳାଇବାରେ ସକ୍ଷମ ନୁହନ୍ତି, ତାହେଲେ ଗାଦି ଛାଡିଦେବା ଉଚିତ୍ । ଯେଉଁ ରାଜ୍ୟ ସରକାରଙ୍କ ନିଜ ସ୍ୱାସ୍ଥ୍ୟ ଖରାପ୍‌, ସେ ରାଜ୍ୟବାସୀଙ୍କ ସ୍ୱାସ୍ଥ୍ୟ ଚିନ୍ତା କରିବାରେ ଅକ୍ଷମ । ଭୁବନେଶ୍ୱରଠାରୁ ଦେଶର ଛୋଟିଆ ସହରମାନଙ୍କରେ ସୁବ୍ୟବସ୍ଥିତ ଭାବେ “ବର୍ଜ୍ୟ ବସ୍ତୁ ପରିଚାଳନା” କରାଯାଇ ସହରକୁ ସଫା ସୁତୁରା ପରିବେଶ ପ୍ରଦାନ କରାଯାଉଛି । ମାତ୍ର ସ୍ମାର୍ଟ ସିଟିର ଆଖ୍ୟା ପାଇଥିବା ରାଜଧାନୀ ଭୁବନେଶ୍ୱରର ମଧ୍ୟବର୍ତୀ ଅଂଚଳରେ ଅଳିଆ ଗଦାର ପାହାଡ ସୃଷ୍ଟି କରାଯାଇ ପରିବେଶକୁ ଦୁଷିତ ଓ ଗନ୍ଧମୟ କରାଯାଉଛି । ନିଆଁରେ ଗଛ ପୋଡି ହେବାର ଜାଣିଥିଲି, କିନ୍ତୁ ଦୁଷିତ ଅଳିଆ ଓ ପରିବେଶ କାରଣରୁ ଗଛ ପୋଡି ହେବା ପ୍ରଥମ ଥର ପାଇଁ ଦେଖିବାକୁ ମିଳିଲା । ଦୁଷିତ ଓ ଗନ୍ଧମୟ ପରିବେଶ କାରଣରୁ ସ୍ଥାନୀୟ ଅଂଚଳରେ ଚର୍ମ, ଶ୍ୱାସ ଭଳି ବିଭିନ୍ନ ରୋଗ ବ୍ୟାପକ ଭାବେ ବଢିଚାଲିଛି । ଅଳିଆ ଅବର୍ଜନାପୂର୍ଣ୍ଣ ପାହାଡର ଦୁର୍ଗନ୍ଧ ଧୀରେ ଧୀରେ ସମଗ୍ର ରାଜଧାନୀ ତଥା ଏହାର ଆଶ୍ୱପାଶ୍ୱର୍କୁ ବ୍ୟାପିଗଲାଣି । ଘରୁ ବାହାରିବା ଅସହ୍ୟ ହୋଇପଡିଲାଣି । ଆଖପାଖ ମନ୍ଦିରକୁ ଭକ୍ତ ଯାଉନାହାନ୍ତି । ଶିକ୍ଷାନୁଷ୍ଠାନ, ଡାକ୍ତରଖାନାକୁ ଆସୁଥିବା ଛାତ୍ରଛାତ୍ରୀ ଓ ରୋଗୀ ହନ୍ତସନ୍ତ ହେଉଛନ୍ତି । ବୃଦ୍ଧବୃଦ୍ଧାଙ୍କ ସମେତ ସମସ୍ତଙ୍କ ଜୀବନ ଅଭିଶପ୍ତ ହୋଇଲାଣି । ରାଜ୍ୟ ତଥା ବିଦେଶରୁ ଆସୁଥିବା ପର୍ଯ୍ୟଟକମାନେ ନାକରେ ହାତ ଦେଇ, ମୁହଁରେ ମାସ୍କ ପିନ୍ଧି ବୁଲୁଛନ୍ତି । ଏହା ଅତ୍ୟନ୍ତ ଲଜ୍ଜାଜନକ ବୋଲି ଶ୍ରୀ ସାମଲ କହିଛନ୍ତି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

‘ଦୁର୍ନୀତି, ଭ୍ରଷ୍ଟାଚାର, ବ୍ୟଭୀଚାରର ପାହାଡ’ ରାଜ୍ୟର ଶାସନ ବ୍ୟବସ୍ଥା ପାଇଁ ବିପଦ ସୃଷ୍ଟି କରିସାରିଛି, ଯାହାକି ସାଧାରଣ ଜନତାଙ୍କୁ ଅତ୍ୟବ୍ୟସ୍ତ କରିସାରିଲାଣି । ଗୋଟିଏ ପଟେ ରାଜଧାନୀରେ ବିଏମସି ପ୍ରଶାସନ ସ୍ଥାଣୁ ପାଲଟି ସାରିଥିବାବେଳେ ଅନ୍ୟ ପଟେ ରାଜ୍ୟ ସରକାର ଅନ୍ଧ, ମୁକ, ବଧିର ପାଲଟିଛନ୍ତି । ସାଧାରଣ ଜନତାଙ୍କ ସ୍ୱାର୍ଥ ପାଇଁ ଜିଲ୍ଲା ବିଜେପି ତରଫରୁ ଆରମ୍ଭ ହୋଇଥିବା ଏହି ସତ୍ୟାଗ୍ରହ ଅତ୍ୟନ୍ତ ସ୍ୱାଗତଯୋଗ୍ୟ ଏବଂ ଏହି ଆନ୍ଦୋଳନ ପ୍ରତି ପୂର୍ଣ୍ଣ ସମର୍ତନ ରହିଛି । ଆଗାମୀ ୭୨ ଘଂଟା ଭିତରେ ପ୍ରଶାସନ ତଥା ରାଜ୍ୟ ସରକାର କୈାଣସି ଠୋସ୍ ପଦକ୍ଷେପ ଗ୍ରହଣ ନକରିଲେ ଏହାକୁ ଆହୁରି ତୀବ୍ର କରାଯିବ ବୋଲି ଶ୍ରୀ ସାମଲ କହିଛନ୍ତି ।

ଏହି ସତ୍ୟାଗ୍ରହ ସ୍ଥଳରେ ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସମ୍ପାଦକ ସରୋଜ କର, ବରିଷ୍ଠ ନେତା ରଞ୍ଜନ ପଟେଲ, ଜିଲ୍ଲା ସଭାପତି ବାବୁ ସିଂ, ରାଜ୍ୟ ମୁଖପାତ୍ର ଦିଲୀପ ମହାନ୍ତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ, ରାଜ୍ୟ ମୁଖପାତ୍ର ରାଜେନ୍ଦ୍ର ପଣ୍ଡା, ରାଜ୍ୟ ଗଣମାଧ୍ୟମ ସହସଂଯୋଜକ ସୁଜିତ୍ କୁମାର ଦାସ, ସ୍ୱଚ୍ଛ ଭାରତ ରାଜ୍ୟ ସଂଯୋଜକ ମହେଶ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।   

Sponsored
ଓଡିଶାବାସୀଙ୍କ ଜୀବନ ନେଇ ଯେଉଁ ଖେଳ ଖେଳୁଛନ୍ତି ତାହାକୁ ବନ୍ଦ କରନ୍ତୁ ରାଜ୍ୟ ସରକାର : ରାଜ୍ୟ ବିଜେପି ସଭାପତି | Argus News