ଆଜି ଘୋଷଣା ହୋଇପାରେ ବିଜେପିର ଦ୍ୱିତୀୟ ପ୍ରାର୍ଥୀ ତାଲିକା
·2 years ago

ଭୁବନେଶ୍ୱର: ଆଜି ଆସିପାରେ ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ଘୋଷଣା ହୋଇପାରେ ବିଜେପିର ଦ୍ଵିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା । ଆଜି 25ଟି ଓ 20 ତାରିଖ ମଧ୍ୟରେ ସମସ୍ତ 147 ଆସନରେ ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ ବୋଲି କହିଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମର ।
ବିଜେପି ଦୁଇଟି ପର୍ଯ୍ୟାୟରେ ରାଜ୍ୟର ସମସ୍ତ ୨୧ଟି ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କରିସାରିଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୧୧୨ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି । ତେଣୁ ଆଉ ୩୫ ଆସନରେ ଦଳର ପ୍ରାର୍ଥୀ ଘୋଷଣା ବାକି ରହିଛି ।
ଆହୁରି ପଢନ୍ତୁ ଓଡିଶା ଖବର...
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: