Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ବିଜେପିର ଶକ୍ତି ପ୍ରଦର୍ଶନ 

Manini Pattanayak
Browse all articles by Manini Pattanayak
·2 years ago
କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ବିଜେପିର ଶକ୍ତି ପ୍ରଦର୍ଶନ 

ବୌଦ୍ଧ : ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ବିଜେପିର ଶକ୍ତି ପ୍ରଦର୍ଶନ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦିନିକିଆ ଗସ୍ତରେ ଆସି ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମନମୁଣ୍ଡାରୁ ଦଳୀୟ କାର୍ଯ୍ୟକର୍ତ୍ତାମାନେ ଧର୍ମେନ୍ଦ୍ରଙ୍କୁ ଭବ୍ୟ ସ୍ୱାଗତ କରିଥିଲେ ।

ପରେ ବିରାଟ ଏକ ଶୋଭାଯାତ୍ରାରେ ପଲସାଗୋରାଠାରେ ଆୟୋଜିତ ମିଶ୍ରଣ ପର୍ବରେ ଯୋଗ ଦେଇଥିଲେ କେନ୍ଦ୍ରମନ୍ତ୍ରୀ। ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରତ୍ୟୁଷ ପ୍ରିୟଦର୍ଶୀ ରଥଙ୍କ ସମେତ ୧୪ ସରପଞ୍ଚ ଓ ସମିତି ସଭ୍ୟଙ୍କ ସହିତ ଶତାଧିକ ବିଜେଡ଼ି କର୍ମୀ ବିଜେପିରେ ସାମିଲ ହୋଇଥିଲେ । ବିଜେଡି ସରକାରଙ୍କୁ ଭର୍ତ୍ସନା କରି ସରକାର ପରିବର୍ତ୍ତନ ସହ ଡବଲ ଇଞ୍ଜିନ ସରକାର ପାଇଁ ଆହ୍ୱାନ ଦେଇଥିଲେ ଧର୍ମେନ୍ଦ୍ର ପ୍ରଧାନ ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored