Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଶ୍ରୀମନ୍ଦିର ଭିତରକାଠ ନିକଟରେ ପଡିଲା ରକ୍ତଛିଟା, ମହାପ୍ରଭୁଙ୍କର ହେଲା ବଡ ମହାସ୍ନାନ

Ritu Das
Browse all articles by Ritu Das
·2 years ago·1 min read
ଶ୍ରୀମନ୍ଦିର ଭିତରକାଠ ନିକଟରେ ପଡିଲା ରକ୍ତଛିଟା, ମହାପ୍ରଭୁଙ୍କର ହେଲା ବଡ ମହାସ୍ନାନ

ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିରରେ ଅଘଟଣ। ଭିତରକାଠ ନିକଟରେ ରକ୍ତଛିଟା ପଡିବାରୁ ମହାପ୍ରଭୁଙ୍କର ହେଲା ବଡମହାସ୍ନାନ। ମଙ୍ଗଳ ଆଳତୀ ପୂର୍ବରୁ ମହାସ୍ନାନ ହେଲେ ମହାପ୍ରଭୁ। ସକାଳ ୫ଟା ୨୧ରେ ସିଂହଦ୍ୱାର ଫିଟିବା ପରେ ପ୍ରଥମେ ସେବାୟତ ଘରର ମହିଳାମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବେଶ କରିଥିଲେ। କାରଣ ମଙ୍ଗଳ ଆଳତୀ ସମୟରେ କେବଳ ସେବକ, ସେମାନଙ୍କ ଧର୍ମ ପତ୍ନୀ କିମ୍ବା ପରିବାର ସଦସ୍ୟ ଭିତର କାଠ ପର୍ଯ୍ୟନ୍ତ ଯାଇଥାନ୍ତି।

ସୂଚନା ମୁତାବକ ଆଜି ସକାଳୁ ଭିତରକାଠ ପାଖ ଧୁକୁଡି ଦ୍ୱାର ନିକଟରେ ଜଣେ ସେବାୟତ ମହିଳାଙ୍କ ଆଙ୍ଗୁଠିରୁ ରକ୍ତଛିଟା ଲାଗିଥିଲା। ଫଳରେ ମଙ୍ଗଳ ଆଳତୀ ପୂର୍ବରୁ ନୀତି ଅଟକିଥିବା ଜଣାପଡିଛି। ମହାପ୍ରଭୁଙ୍କ ବଡ ମହାସ୍ନାନ ହେବା ପରେ ନୀତି ଆଗକୁ ବଢିବ ବୋଲି ସୂଚନା ମିଳିଛି।

ବଡ଼ ମହାସ୍ନାନ ପରେ ଗଭା ବେଶ ଓ ପରେ ମଙ୍ଗଳ ଅଳତୀ କରାଯିବ। ଆଜି ଶ୍ରୀମନ୍ଦିର ନୀତିକାନ୍ତିରେ ବିଳମ୍ବ ହେବ ବୋଲି ଜଣାଯାଇଛି। ମନ୍ଦିର ବାହାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିବା ବେଳେ ନୀତିକାନ୍ତିରେ ବିଳମ୍ବ ହେତୁ ସେମାନେ ଭିତରକୁ ପ୍ରବେଶ କରିପାରୁନାହାନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଧର୍ମ ଓ ସଂସ୍କୃତି ଖବର 
 

Sponsored
Blood spilled | Argus News