Road Accident / ଡିଭାଇଡରକୁ ପିଟି ହେଲା ବୋଲେରୋ: ୩ ମୃତ, ୨ ଗୁରୁତର

Key Points
ଡିଭାଇଡରକୁ ପିଟି ଦୁର୍ଘଟଣାଗ୍ରସ୍ତ ହେଲା ବୋଲେରୋ ।
ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ, ୨ ଜଣ ଗୁରୁତର ।
୧୬ ନଂ ଜାତୀୟ ରାଜପଥ କଟକଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ବଇଁଚୁଆ ରଜକଣା ଛକରେ ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ବୋଲେରୋ ଡିଭାଇଡର୍ ଭାଙ୍ଗି ବିପରୀତ ଦିଗରୁ ଆସୁଥିବା ଏକ କଣ୍ଟେନର ସହ ପିଟି ହୋଇଥିଲା। ଫଳରେ ଘଟଣାସ୍ଥଳରେ ତିନିଜଣଙ୍କର ମୃତ୍ୟୁ ଘଟିଥିଲା। ଏହାଛଡ଼ା ଦୁଇଜଣ ଗୁରୁତର ହୋଇଥିଲେ। ଟାଙ୍ଗୀ ପୁଲିସ ଦୁଇ ଗୁରୁତରଙ୍କୁ ଉଦ୍ଧାର କରି କଟକ ବଡ଼ ମେଡିକାଲକୁ ପଠାଇଛି ।
ସୂଚନା ଅନୁଯାୟୀ, ଆଜି ଭୋର ୩ଟା ୫୦ ମିନିଟ୍ ସମୟରେ କେଉଁଝରରୁ ଭୁବନେଶ୍ବର ଅଭିମୁଖେ ଆସୁଥିବା ଏକ ବୋଲେରୋ ଡିଭାଇଡର୍ ଭାଙ୍ଗି ବିପରୀତ ଦିଗରୁ ଆସୁଥିବା ଏକ କଣ୍ଟେନର ସହ ପିଟି ହୋଇଥିଲା। ଉକ୍ତ କଣ୍ଟେନର ଭୁବନେଶ୍ବରରୁ ଚଣ୍ଡିଖୋଲ ଆଡ଼କୁ ଯାଉଥିଲା। ବୋଲେରୋରେ ଖଣିରେ କାମ କରୁଥିବା ଲୋକ ଥିଲେ। ଦୁର୍ଘଟଣା ଏତେ ଭୟାନକ ଥିଲା ଯେ ଘଟଣାସ୍ଥଳରେ ବୋଲେରୋରେ ଥିବା ତିନିଜଣଙ୍କର ମୃତ୍ୟୁ ଘଟିଥିଲା। ଏହାଛଡ଼ା ଦୁଇଜଣ ଗୁରୁତର ହୋଇଥିଲେ। ଟାଙ୍ଗୀ ପୁଲିସ ଦୁଇ ଗୁରୁତରଙ୍କୁ ଉଦ୍ଧାର କରି କଟକ ବଡ଼ ମେଡିକାଲକୁ ପଠାଇଛି ।
ସେପଟେ ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସିଲା ବସ୍ । ୧୪ ଯାତ୍ରୀ ଗୁରୁତର ୨୦ ଯାତ୍ରୀ ସାମାନ୍ୟ ଆହତ। ବିନିକା ଏସ୍. ରାମପୁର ମୁଖ୍ୟ ରାସ୍ତାର ସିଂଘିଯୁବା ବ୍ରିଜ୍ ତଳକୁ ଖସି ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ସୂଚନାନୁଯାୟୀ, ଭୁବନେଶ୍ୱରରୁ ଦିପ୍ତୀପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍ ମଙ୍ଗଳବାର ପାହାନ୍ତିଆ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ଟି ବିନିକା ଏସ୍. ରାମପୁର ମୁଖ୍ୟ ରାସ୍ତାର ସିଂଘିଯୁବା ବ୍ରିଜ୍ ଉପରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଛି। ଫଳରେ ୧୪ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୨୦ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ତୁରନ୍ତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଏବଂ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ।
ଅଗ୍ନିଶମ ଏବଂ ଆମ୍ବୁଲାନ୍ସ ପହଞ୍ଚି ଗୁରୁତର ଆହତଙ୍କୁ ବିନିକା ଡାକ୍ତରଖାନାରେ ଭର୍ତ୍ତି କରିଥିଲା । ୫ ଜଣଙ୍କ ଅବସ୍ଥା ଅଧିକ ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ବିନିକା ଡାକ୍ତରଖାନାରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ପହଞ୍ଚି ଗୁରୁତରମାନଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଏହା ସହ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର...
📱 Get Argus News App
✨Related Topics
Explore more stories