Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ନୂଆ ଓଡ଼ିଶା, ସମୃଦ୍ଧ ଓଡ଼ିଶା ଗଢ଼ିବା

Odisha

ନୂଆ ଓଡ଼ିଶା, ସମୃଦ୍ଧ ଓଡ଼ିଶା ଗଢ଼ିବା

Rashmita Mishra
Browse all articles by Rashmita Mishra
·1 year ago·1 min read
ନୂଆ ଓଡ଼ିଶା, ସମୃଦ୍ଧ ଓଡ଼ିଶା ଗଢ଼ିବା

ଅର୍ଗସ ବ୍ୟୁରୋ: ଏମିତି ଆହ୍ୱାନ ଦେଇ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସଦସ୍ୟତା ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କ ସହ ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ସଦସ୍ୟତା ଗ୍ରହଣ କରିଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପ୍ରଭାରୀ ବିଜୟ ପାଲ ସିଂ ତୋମାର, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସହ ଦଳର ବିଧାୟକ ଏବଂ ସାଂସଦ ମାନେ ଉପସ୍ଥିତ ରହି ସଦସ୍ୟତା ଗ୍ରହଣ କରିଛନ୍ତି । ଏ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି 

ଘର ଘରକୁ ଯାଇ ବିଜେପି କୁ ଭୋଟ ଦେଇଥିବା ଲୋକଙ୍କୁ ଖୋଜି ଦଳ ସହ ଯୋଡିବାକୁ କର୍ମୀଙ୍କୁ ଆହ୍ୱାନ ଦେଇଥିଲେ ରାଜ୍ୟ ସଭାପତି ମନମୋହନ ସାମଲ । ବଡ଼ ହୃଦୟ ନେଇ ଭୋଟ ଦେଇ ନ ଥିବା ଲୋକଙ୍କୁ ମଧ୍ୟ ସଦସ୍ୟ କରି ଗୋଟିଏ ଛତା ତଳକୁ ଆଣିବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସଭାପତି । ସେହିପରି ଏହି କାଯ୍ୟକ୍ରମରେ କାର୍ଯ୍ୟକର୍ତ୍ତାଙ୍କୁ ଟାସ୍କ ଦେଇଛନ୍ତି ପ୍ରଭାରୀ ବିଜୟ ପାଲ ସିଂ ତୋମାର । ରେଲେୱେ ଷ୍ଟେସନ, ବସ ଷ୍ଟାଣ୍ଡ, କଲେଜ ବାହାରେ ସଦସ୍ୟତା ଅଭିଯାନ କରିବା ସହ ପ୍ରତି ବୁଥରେ 400 ସଦସ୍ୟ ଟାର୍ଗେଟକୁ ହାସଲ କରିବାକୁ ହେବ । ରାଜ୍ୟ ସରକାରରେ ଏକ ବର୍ଷର ଉପଲବ୍ଧି 100 ଦିନ ପୂର୍ବରୁ ହୋଇଛି । ଏହି ସବୁ କଥା ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଦଳର କାର୍ଯ୍ୟକର୍ତ୍ତାଙ୍କୁ ଆହ୍ୱାନ କରାଯାଇଥିଲା । 

ଗତକାଲି ଦିଲ୍ଲୀରୁ ଆରମ୍ଭ ହେଲା ବିଜେପିର ମେଗା ମେମ୍ବରସିପ୍ ଡ୍ରାଇଭ୍ । ଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ନିଜ ସଦସ୍ୟତାକୁ ନବୀକରଣ କରି ଏହି ଅଭିଯାନର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିସହ ଏହି ଅଭିଯାନରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ  ଆହ୍ବାନ ଦେଇଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର..
 

Sponsored
Building New Odisha, Prosperous Odisha | Argus News