Videos
|
Odisha

ଭୁବନେଶ୍ୱରରୁ ମାଲକାନଗିରି ଯାଉଥିଲା ନାଇଟ କୋଚ୍

Smruti Parija
Browse all articles by Smruti Parija
·2 years ago·1 min read
ଭୁବନେଶ୍ୱରରୁ ମାଲକାନଗିରି ଯାଉଥିଲା ନାଇଟ କୋଚ୍

ବୌଦ୍ଧ: ୨୦ ଫୁଟ ତଳକୁ ଓଲଟିଲା ବସ । ୪୦ ଆହତ ୨୦ ଗୁରୁତର  । ୩ ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତର । ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ମହାଦେବ ନାମକ ଏକ ଘରୋଇ ବସ  ଭୁବନେଶ୍ୱରରୁ ମାଲକାନଗିରି ଅଭିମୁଖେ ଯାଉଥିବା ବେଳେ ବୌଦ୍ଧ ଥାନା ୫୭ନମ୍ବର ଜାତୀୟ ରାଜପଥ ସ୍ଥିତ ସରସର ନିକଟ ଏକ ସେତୁର ୨୦ ଫୁଟ ତଳକୁ ବସଟି ଭାରସାମ୍ୟ ହରାଇ ଖସିପଡ଼ିଥିଲା। 

ଖବର ପାଇ ଅଗ୍ନିଶମ ବହିନୀ ଓ ପୋଲିସ ଘଟଣା ସ୍ଥଳରେ ପହଞ୍ଚି । ସମସ୍ତ ଆହତଙ୍କୁ ଉଦ୍ଧାର କରି ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।  ତେବେ ୪୦ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୭ ଜଣ ଗୁରୁତର ଓ ୩ ଜଣଙ୍କୁ ବୁର୍ଲା ସ୍ଥାନାନ୍ତରିତ କରାଯାଇଛି । ତେବେ ବସ ଚାଳକ ଓ ହେଲପର ମଦ୍ୟପାନ କରିଥିବା କିଛି ଯାତ୍ରୀ ଅଭିଯୋଗ କରିଥିବା ବେଳେ ପୋଲିସ ୨ ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି ।

ଆହୁରି ପଢନ୍ତୁ ଓଡିଶା ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
bus-accident-in-boudh-40-injured | Argus News