Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଓଡ଼ିଶାରୁ ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଆରମ୍ଭ ହେବ ବସ ସେବା

Smruti Parija
Browse all articles by Smruti Parija
·2 years ago·1 min read
ଓଡ଼ିଶାରୁ ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଆରମ୍ଭ ହେବ ବସ ସେବା

ଭୁବନେଶ୍ୱର: OSRTC କାର୍ଯ୍ୟାଳୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା OSRTC କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏ ଅବସରରେ ବିଭାଗୀୟ ସଚିବ ଉଷା ପାଢ଼ୀଙ୍କ ସମେତ ପରିବହନ କମିଶନର ଓ OSRTC ମୁଖ୍ୟ ଉପସ୍ଥିତ ଥିଲେ । ସମୀକ୍ଷା ବୈଠକ ପରେ ପରିବହନ ମନ୍ତ୍ରୀ କହିଛନ୍ତି, ଓଡ଼ିଶାରୁ ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଆରମ୍ଭ ହେବ ବସ ସେବା । ଅଯୋଧ୍ୟା, ତିରୁପତି, ମହାକାଳେଶ୍ଵର, ବାରାଣସୀ ଓ ବୃନ୍ଦାବନକୁ ଗଡିବ ବସ୍ । ପୁରୀ, ଭୁବନେଶ୍ଵର, ବ୍ରହ୍ମପୁର ଓ ରାଉରକେଲା ଭଳି ପ୍ରମୁଖ ସ୍ଥାନରୁ ଏସବୁ ତୀର୍ଥ ସ୍ଥଳୀକୁ ଚାଲିବ ବସ । 

ରାଜ୍ୟରେ ଚାଲିବ ଅଧିକରୁ ଅଧିକ ପରିବେଶ ଅନୁକୂଳ ଇଲେକ୍ଟ୍ରିକ ବସ୍ । ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲୋକମାନେ ଅଧିକରୁ ଅଧିକ ବସ୍ ସେବା ଯେଭଳି ପାଇବେ, ସେନେଇ ନିଷ୍ପତ୍ତି ହୋଇଛି । ପ୍ରାରମ୍ଭିକ ଭାବେ ୧୦୦ ବସ୍ କିଣିବାକୁ ନିଷ୍ପତ୍ତି ହୋଇଛି । 
 

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Bus service will start from Odisha to the major pilgrimage sites of the country | Argus News