Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ବଡ଼ଦିନ ପୂର୍ବରୁ ଏସ୍‌ଏଚ୍‌ଏମ୍‌ରେ କେକ୍ ମିକ୍ସିଙ୍ଗ୍ ଉତ୍ସବ

Odisha

ବଡ଼ଦିନ ପୂର୍ବରୁ ଏସ୍‌ଏଚ୍‌ଏମ୍‌ରେ କେକ୍ ମିକ୍ସିଙ୍ଗ୍ ଉତ୍ସବ

Jitendra Dash
Browse all articles by Jitendra Dash
·2 years ago·2 min read
ବଡ଼ଦିନ ପୂର୍ବରୁ ଏସ୍‌ଏଚ୍‌ଏମ୍‌ରେ କେକ୍ ମିକ୍ସିଙ୍ଗ୍ ଉତ୍ସବ

ଅର୍ଗସ ବ୍ୟୁରୋ : ବଡ଼ଦିନ ଆଉ ମାତ୍ର ଦେଢ଼ ମାସ ବାକି ଥିବା ବେଳେ ଏହି ଉତ୍ସବକୁ ଅଧିକ ଚଳଚଂଚଳ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟରେ ଶନିବାର ଦିନ ଏକ କେକ୍ ମିକ୍ସିଙ୍ଗ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଯୋଗ ଦେଇ କେକ୍ ମିକ୍ସିଙ୍ଗ ଉତ୍ସବରେ ସାମିଲ ହେବା ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏଭଳି ଏକ ଆନନ୍ଦଦାୟକ କାର୍ଯ୍ୟକ୍ରମ ସକରାତ୍ମକ ମନୋଭାବ ସୃଷ୍ଟି କରିବ ବୋଲି କହିଥିଲେ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଦେଢ଼ ମାସ ପୂର୍ବରୁ ଏହି କେକ୍ ମିକ୍ସିଙ୍ଗ ପ୍ରସ୍ତୁତି ଆରମ୍ଭ ହେଉଥିବା ବେଳେ ବଡ଼ଦିନ ଅର୍ଥାତ ଡିସେମ୍ବର ୨୫ ତାରିଖର ଦୁଇ ଦିନ ପୂର୍ବରୁ କେକ୍ ପ୍ରସ୍ତୁତି ଆରମ୍ଭ କରାଯାଏ ଏବଂ ନିଜ ବନ୍ଧୁ, ପରିଜନ ଓ ପରିବାରବର୍ଗଙ୍କ ସହ ଅଂଶୀ କରାଯାଇଥାଏ ବୋଲି ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି କହିଛନ୍ତି । ବଡ଼ଦିନ ଖ୍ରୀଷ୍ଟ ଧର୍ମାବଲମ୍ବୀ ମାନଙ୍କ ପର୍ବ ଏବଂ କେବଳ ଭାରତ ନୁହେଁ ସାରା ବିଶ୍ୱରେ ଏହି ପର୍ବ ପାଳନ କରାଯାଇଥାଏ । ଏହା ଦ୍ୱାରା ଛାତ୍ରଛାତ୍ରୀମାନେ ମଧ୍ୟ ଭବିଷ୍ୟତରେ କିଭଳି ବଡ଼ଦିନ କେକ୍ ପ୍ରସ୍ତୁତ କରିବେ ସେ ନେଇ ନୂତନ ଶିକ୍ଷା ଗ୍ରହଣ କରିଥାନ୍ତି ବୋଲି ସେ କହିଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

୧୭୦୦ ଶତାବ୍ଦୀରେ ୟୁରୋପରେ ଏହି ପାରମ୍ପରିକ କେକ୍ ମିକ୍ସିଙ୍ଗ ପ୍ରସ୍ତୁତି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ଏହାକୁ ଶୁଭ ସମୟ ଓ ଆନନ୍ଦର ବାର୍ତାବହ ବୋଲି କୁହାଯାଇଥାଏ । ଏହି ସମୟରେ ଅଧିକ ପରିମାଣର ଫଳ ଏବଂ ବାଦାମ ଜାତୀୟ ଫସଲ ଉତ୍ପାଦନ ହେଉଥିବାରୁ କେକ୍ ପ୍ରସ୍ତୁତ କରିବା ଖୁବ୍ ସହଜ ହୋଇଥାଏ । ଏହି ପାରମ୍ପରିକ ବଡ଼ଦିନ କେକ୍ ବା ବଡ଼ଦିନ ପୁଡିଙ୍ଗ୍‌ରେ ଅନେକ ପରିମାଣର ଡ୍ରାଏ ଫ୍ରୁଟ, ଅଣ୍ଡା ଏବଂ ମଇଦା ପ୍ରୟୋଗ କରାଯାଇଥାଏ । ଅନେକ କେକ୍‌ରେ ଡ୍ରାଏ ଫ୍ରୁଟ୍‌, ଚେରି, ଫ୍ରୁଟି, କାନ୍‌ବେରୀ, ଖଜୁରୀ ଓ ବିଭିନ୍ନ ପାନୀୟ ବ୍ୟବହୃତ ହୋଇଥାଏ । ଏହି କାର୍ଯ୍ୟକ୍ରମରେ ୟୁନିଭର୍ସିଟି ଆଉଟରିଚ୍ ପ୍ରୋଗ୍ରାମ୍‌ର ନିର୍ଦ୍ଦେଶକ ପ୍ରଫେସର ନଚିକେତା ଶର୍ମା ଓ ଏସ୍‌ଏଚ୍‌ଏମ୍‌ର ଫ୍ୟାକଲ୍ଟି, ଛାତ୍ରଛାତ୍ରୀ ଏବଂ ମେମ୍ବର୍ସମାନେ ଉପସ୍ଥିତ ଥିଲେ ।

Sponsored
Cake Mixing Celebration at SHM before Big Day | Argus News