Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଅନବସରର ଦଶମୀ ତିଥିରେ ଚକାବିଜେ କରିବେ ମହାବାହୁ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଆଜି ଅନବସରର ଦଶମୀ ତିଥିରେ ଚକାବିଜେ କରିବେ ମହାବାହୁ

ଅର୍ଗସ ବ୍ୟୁରୋ: ଦେବସ୍ନାନପୂର୍ଣ୍ଣିମା ଦିନ ୧୦୮ କୁମ୍ଭ ସୁବାସିତ ଜଳରେ ଅତ୍ୟଧିକ ସ୍ନାନ ପରେ ଜ୍ଜରରେ ପୀଡ଼ିତ ଥିବା ଚତୁର୍ଦ୍ଦାବିଗ୍ରହଙ୍କର ସୁସ୍ଥତା ପାଇଁ ଚାଲିଛି ଗୁପ୍ତ ଉପଚାର। ଆଜି ଅନବସରର ଦଶମୀ ତିଥିରେ ଚକାବିଜେ କରିବେ ମହାବାହୁ। ସେପଟେ ରାଜବୈଦ୍ୟଙ୍କ ଦ୍ବାରା ପ୍ରସ୍ତୁତ ହେଉଛି ଦଶମୂଳ ମୋଦକ। ତ୍ରୟୋଦଶ ଶତାଦ୍ଦୀରେ ଦ୍ବିତୀୟ ଅନଙ୍ଗଭୀମ ଦେବଙ୍କ ସମୟରେ ବୈଦ୍ୟ ଓ ଶାସ୍ତ୍ର ବୈଦ୍ୟ ସେବା ସ୍ଥାପିତ ହୋଇଥିଲା। ତେବେ ଅନବସର ଦଶମୀ ସଂନ୍ଧ୍ୟାରେ ଦଶମୂଳ ମୋଦକ ଶ୍ରୀମନ୍ଦିର ଗାରଦରେ ଦାଖଲ ହେବା ପରେ ଏକାଦଶୀ ଦିନ ଅନ୍ୟ ଭୋଗ ସହ ମହାପ୍ରଭୁଙ୍କୁ ଏହା ଲାଗି ହୁଏ।

ଶ୍ରୀବିଗ୍ରହଙ୍କ ଗୁପ୍ତ ସେବାରେ ଫୁଲୁରି ତେଲ, ଦଶମୂଳ ଔଷଧ ଓ ଅନ୍ୟାନ୍ୟ ଉପଚାର ପରେ ପ୍ରଭୁ ସଂପୂର୍ଣ୍ଣ ସୁସ୍ଥ ହୋଇ ନବଯୌବନ ଦର୍ଶନ ଦିନ ଭକ୍ତଙ୍କୁ ଦର୍ଶନ ଦେଉଥିବାର ବିଶ୍ବାସ ରହିଛି। ତେବେ ଚଳିତ ବର୍ଷ ରଥଯାତ୍ରା ଦିନ ନବଯୌବନ ଓ ନେତ୍ରୋତ୍ସବ ପଡୁଥିବାରୁ ଅନେକ ଗୁଡ଼ିଏ ସ୍ବତନ୍ତ୍ର ନୀତି କାନ୍ତି ରହିଛି ମହାପ୍ରଭୁଙ୍କର। ତେଣୁ ଭକ୍ତମାନଙ୍କ ଦର୍ଶନ ବନ୍ଦ ରଖାଯାଇଥିବା ବେଳେ ରଥ ଉପରେ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ ସହ ରଥ ଟାଣି ଭକ୍ତମାନେ ନିଜକୁ ଭାଗ୍ୟବାନ ମନେ କରିବେ। ଏପଟେ ରଥଯାତ୍ରା ଆଉ କିଛିଦିନ ଥିବାରୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ତିନି ରଥର ନିର୍ମାଣ କାର୍ଯ୍ୟ। ସେପଟେ ଆସନ୍ତାକାଲି ମଙ୍ଗଳବାର ପୁରୀ ଟାଉନହଲ୍ ଠାରେ ତୃତୀୟ ତଥା ଅନ୍ତିମ ରଥଯାତ୍ରା ସମନ୍ବୟ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ସମସ୍ତ ବନ୍ଦୋବସ୍ତ ଓ ବ୍ୟବସ୍ଥା ଉପରେ ସମୀକ୍ଷା କରିବେ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
chaka bije niti of lord jagannath to be performed at puri | Argus News