Videos
|
Odisha

ପ୍ରବଳ ବର୍ଷା ସମ୍ଭାବନା: ଆଜି ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Ritu Das
Browse all articles by Ritu Das
·2 years ago
ପ୍ରବଳ ବର୍ଷା ସମ୍ଭାବନା: ଆଜି ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଅର୍ଗସ ବ୍ୟୁରୋ: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ତୁହାକୁ ତୁହା ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ନେଇ ଆଜି ପାଇଁ ୨୨ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ତେବେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସୁବର୍ଣ୍ଣପୁର, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ଢେଙ୍କାନାଳ ଏବଂ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। 

ଏସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଆସନ୍ତାକାଲି ଆଡକୁ ବର୍ଷାର ପରିମାଣ ସାମାନ୍ୟ କମିବ। ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Chance of heavy | Argus News