Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ନରେନ୍ଦ୍ର ପୁଷ୍କରିଣୀରେ ବୁଡି ରହିଥିବା ଡଙ୍ଗା ଉଦ୍ଧାର କରିବେ ଭୋଇ ସେବାୟତ

Smruti Parija
Browse all articles by Smruti Parija
·1 year ago·1 min read
ନରେନ୍ଦ୍ର ପୁଷ୍କରିଣୀରେ ବୁଡି ରହିଥିବା ଡଙ୍ଗା ଉଦ୍ଧାର କରିବେ ଭୋଇ ସେବାୟତ

ଆସନ୍ତା 30 ତାରିଖ ଅକ୍ଷୟ ତୃତୀୟା ଅବସରରେ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ଚନ୍ଦନଯାତ୍ରା । ଗତବର୍ଷ ଚନ୍ଦନଯାତ୍ରା ପରେ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ରହିଥିବା ନନ୍ଦା,ଭଦ୍ରା ଏବଂ ବୈଜଯନ୍ତ୍ରୀ ନାମକ ୫ଟି ଡଙ୍ଗାକୁ ଭୋଇ ସେବାୟତମାନଙ୍କ ଦ୍ୱାରା ଉଦ୍ଧାର କରାଯ଼ାଇଛି । ଶାସ୍ତ୍ର ମୁତାବକ ପ୍ରତିବର୍ଷ ମହାପ୍ରଭୁଙ୍କର ଚନ୍ଦନ ଯାତ୍ରା ସରିବା ପରେ ଅଥବା ହଳଦୀପାଣି ପରଦିନ ସମସ୍ତ ୫ଟି ଡଙ୍ଗାକୁ ଭଙ୍ଗାଯ଼ାଇ ଭୋଇ ସେବାୟତମାନଙ୍କ ଦ୍ୱାରା ନରେନ୍ଦ୍ର ପୁଷ୍କରିଣୀ ଭିତରେ ବୁଡାଇ ଦିଆଯାଇଥାଏ ।


ଚୈତ୍ର ପୂର୍ଣ୍ଣିମାରେ ଏହାକୁ ଉଦ୍ଧାର କରି ମରାମତି କରାଯିବା ସହ ଅକ୍ଷୟ ତୃତୀୟା ଠାରୁ ଦୀର୍ଘ ୨୧ ଦିନ ବ୍ୟାପି ଆରମ୍ଭ ହେବାକୁ ଥିବା ଚନ୍ଦନଯାତ୍ରା ପାଇଁ ଏହାକୁ ପୁନଃ ପ୍ରସ୍ତୁତ କରାଯାଇଥାଏ । ମଦନମୋହନ, ଭୁଦେବୀ, ଶ୍ରୀଦେବୀ ଏବଂ ପଞ୍ଚୁପାଣ୍ଡବ ଶ୍ରୀମନ୍ଦିରରୁ ବିଜେ କରି ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ଏଥିଲାଗି ଆଜି ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ ଭୋଇ ସେବାୟତମାନେ ସମସ୍ତ ଡଙ୍ଗାକୁ ନରେନ୍ଦ୍ର ପୁଷ୍କରିଣୀରୁ ଉପରକୁ ଉଠାଇବା ସହ ସେଥିରେ ପିଚୁ, ରାଳ ଇତ୍ୟାଦି ଦେଇ ମହାପ୍ରଭୁଙ୍କର ଚାପ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।

Sponsored
chandan-yatra-preparation-starts-from-today | Argus News