Bhimasen Bail Rejected / ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲା, ଅଭିଯୁକ୍ତ ଭୀମସେନର ଜାମିନ ଆବେଦନ ଖାରଜ
·2 months ago·2 min read

Key Points
ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲା
ଅଭିଯୁକ୍ତ ଭୀମସେନର ଜାମିନ ଆବେଦନ ଖାରଜ
ଅଭିଯୁକ୍ତ ତଥା OTAS ଅଧିକାରୀ ଭୀମସେନ ବହିଷ୍କୃତ ହୋଇଥିଲେ

କଟକ,୦୨/୦୭: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ଗିରଫ ହୋଇଥିବା ଭୀମସେନ ପ୍ରସାଦ ଟୁଡ଼ୁଙ୍କ ଜାମିନ ଆବେଦନ ଖାରଜ ହୋଇଛି। ଘଟଣାର ତଦନ୍ତ ଚାଲିଥିବାରୁ ତଥା ଜାମିନରେ ଛାଡ଼ ପାଇବା ପରେ ଅଭିଯୁକ୍ତ ତଦନ୍ତରେ ଅସହଯୋଗ କରିବାର ଓ ସାକ୍ଷୀଙ୍କୁ ପ୍ରଭାବିତ କରିବାର ସମ୍ଭାବନାକୁ ବିଚାରକୁ ନେଇ କଟକ ଅତିରିକ୍ତ ଦୌରା ଜଜ ଟୁଡୁଙ୍କ ଜାମିନ ଖାରଜ କରିଛନ୍ତି। ଏଭଳି ଘଟଣାର ସାମାଜିକ ପ୍ରଭାବ ପ୍ରସଂଗକୁ ଓ ଅଭିଯୁକ୍ତଙ୍କ ବିରୋଧରେ ଥିବା ଅଭିଯୋଗକୁ ଦୃଷ୍ଟିରେ ରଖି ଅଦାଲତ ଜାମିନ ଦେବାକୁ ମନା କରିଛନ୍ତି।
ଗତ ୨୭ ତାରିଖରେ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ଘଟଣାରେ ବଡ଼ ଆକ୍ସନ ନେଇଥିଲେ ମୁଖ୍ୟମନ୍ତ୍ରୀ। ଅଭିଯୁକ୍ତ ତଥା OTAS ଅଧିକାରୀ ଭୀମସେନ ଟୁଡୁ ବହିଷ୍କୃତ ହୋଇଥିଲେ। ଅପରାଧିକ ମାମଲାରେ ଅଟକ ନବନିଯୁକ୍ତ ସରକାରୀ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ କାର୍ଯ୍ୟାନୁଷ୍ଠାନ ନେଇଥିଲେ। ଟ୍ରେନିଂ ସମୟରେ ପୋଲିସ ଦ୍ୱାରା ଗିରଫ ହୋଇଥିଲେ ଭୀମସେନ ଟୁଡୁ ।
ନୂଆ କରି OTAS ପାଇଥିବା ଟୁଡୁ ତାଙ୍କ ଇଣ୍ଡକ୍ସନ୍ ଟ୍ରେନିଂ ସମୟରେ ୨୦୨୬ ଜୁନ୍ ୪ ତାରିଖଠାରୁ ଅନୁପସ୍ଥିତ ଥିଲେ। ମଧୁସୂଦନ ଦାସ ରିଜିଓନାଲ୍ ଏକାଡେମୀ ଅଫ୍ ଫାଇନାନ୍ସିଆଲ୍ ମ୍ୟାନେଜମେଣ୍ଟରେ ତାଙ୍କ ଶେଷ ପରୀକ୍ଷାରେ ମଧ୍ୟ ଯୋଗ ଦେଇନଥିଲେ। ସେହି ସମୟରେ ସେ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବାରଙ୍ଗ ପୋଲିସ ଦ୍ୱାରା ଗିରଫ ହୋଇଥିଲେ। ଅପରାଧିକ ମାମଲାରେ ୪୮ ଘଣ୍ଟାରୁ ଅଧିକ ସମୟଧରି ପୋଲିସ ଦ୍ୱାରା ଅଟକ ଥିବାରୁ ଆଇନ ଅନୁଯାୟୀ ପଦକ୍ଷେପ ନିଆଯାଇ ତାଙ୍କୁ ସିଧାସଳଖ ସରକାରୀ ସେବାରୁ ବରଖାସ୍ତ କରାଯାଇଛି।
ପଢନ୍ତୁ ଏହି ଖବର: ଚାକିରିରୁ ବିଦାହେଲେ ଭୀମସେନ,ଚନ୍ଦ୍ରିକାଙ୍କ ମୃତ୍ୟୁ ପଛରେ ଭୀମସେନଙ୍କ ସମ୍ପୃକ୍ତି ଅଭିଯୋଗ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ପୂର୍ବରୁ ଭୀମସେନଙ୍କୁ ରିମାଣ୍ଡରେ ଆଣି ପଚରା ଉଚରା କରିଥିଲା ପୋଲିସ । ମୃତ୍ୟୁ ପୂର୍ବରୁ ଚନ୍ଦ୍ରିକା ଓ ଭୀମସେନଙ୍କ ମଧ୍ୟରେ ହୋଇଥିଲା ଶେଷ ଦେଖା । ତଦନ୍ତ ବେଳେ ଏଭଳି ବଡ଼ ସୂଚନା ପାଇଛି ପୋଲିସ । ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ଘଟଣାରେ ଦୁଇ ଦିନ ଧରି ପୁରୁଷ ବନ୍ଧୁ ଭୀମସେନ ଟୁଡୁଙ୍କୁ ମାରାଥନ ଜେରା ପରେ ଅନେକ ତଥ୍ୟ ହାସଲ କରିଛି ପୋଲିସ । ଚନ୍ଦ୍ରିକା ମୃତ୍ୟୁ ମାମଲାରେ ପ୍ରେମିକ ଭୀମସେନ ବିରୋଧରେ ଲାଗିଲା BNSର ସଙ୍ଗୀନ ଧାରା ୬୯ ଲାଗିଛି । ବିବାହର ମିଛ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗରେ ଛନ୍ଦି ହୋଇଛନ୍ତି ଅଭିଯୁକ୍ତ ଭୀମସେନ।
ଚଳିତ ମାସ ୪ ତାରିଖରେ କାଠଯୋଡ଼ି ନଦୀରୁ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତଦେହ ମିଳିଥିଲା। ହେଲେ ପ୍ରେମ ବ୍ୟାପାରକୁ ନେଇ ପୁରୁଷବନ୍ଧୁ ଭୀମସେନ ଜଣେ ଯୁବତୀଙ୍କ ସହ ମିଶି ଚନ୍ଦ୍ରିକାଙ୍କୁ ହତ୍ୟା କରିଥିବା ଚନ୍ଦ୍ରିକାଙ୍କ ପରିବାର ଲୋକ ଅଭିଯୋଗ କରିଥିଲେ । ମାମଲାର ତଦନ୍ତ ବେଳେ ପୋଲିସ ଚନ୍ଦ୍ରିକାଙ୍କ ପୁରୁଷବନ୍ଧୁ ଓ ଚନ୍ଦ୍ରିକାଙ୍କ ମା’ଙ୍କ ମଧ୍ୟରେ କଥାବାର୍ତ୍ତାର ଫୋନ କଲ ଅଡିଓ ପାଇଥିଲା।
ପରିବାର ଲୋକେ ଅଭିଯୋଗ କରିଥିଲେ, ଚନ୍ଦ୍ରିକାଙ୍କ ସହ ଦୀର୍ଘ ଦିନର ପ୍ରେମ ସମ୍ପର୍କ ଭିତରେ ଦ୍ୱିତୀୟ ଯୁବତୀ ଆସିବା ପରେ ଓଏଏସ୍ ତାଲିମ ନେଉଥିବା ପୁରୁଷବନ୍ଧୁ ଭୀମସେନ ମାନସିକ ନିର୍ଯାତନା ଦେଇ ଚନ୍ଦ୍ରିକାଙ୍କୁ ଚାପରେ ରଖିବା ଆରମ୍ଭ କରିଥିଲେ ।
ଚନ୍ଦ୍ରିକା ଗୋରା ନ ଥିବାରୁ ତାଙ୍କୁ ବାହା ହେବାକୁ ରାଜି ହେଉ ନ ଥିଲେ ପୁରୁଷବନ୍ଧୁ । ଗୋରା ହେବାକୁ କସମେଟିକ ଟ୍ରିଟମେଣ୍ଟ ନେବା ପାଇଁ ଚନ୍ଦ୍ରିକା ସପ୍ତାହରେ ଥରେ ଭୁବନେଶ୍ବର ଆସି ଇଞ୍ଜେକଶନ ନେଉଥିଲେ । ଗୋରା ହେବା ପରେ ତାଙ୍କ ପୁରୁଷବନ୍ଧୁ ବିବାହ ପାଇଁ ରାଜି ହୋଇଯିବେ ବୋଲି ସେ ଭାବୁଥିବା ଚନ୍ଦ୍ରିକାଙ୍କ ମା’ ହିରାମଣି ପୋଲିସକୁ କହିଥିଲେ।

Related Topics
Explore more stories