Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜିର ଦିନରେ କଣ କହୁଛି ଆପଣଙ୍କ ରାଶିଫଳ ଦେଖିନ୍ତୁ...

Rashmita Mishra
Browse all articles by Rashmita Mishra
·1 year ago·4 min read
ଆଜିର ଦିନରେ କଣ କହୁଛି ଆପଣଙ୍କ ରାଶିଫଳ ଦେଖିନ୍ତୁ...

Key Points

ବୃଷ ରାଶି ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ

ମେଷ ରାଶି କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ
ମିଥୁନ ରାଶି ପ୍ରେମିକା , ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ମେଷ-
ପ୍ରେମ ସମ୍ପର୍କ ମଜବୁତ ରହିବ । ଭଲ କଥା କହି ବନ୍ଧୁ ମନରେ ବିସ୍ୱାସ ଆଣିବେ । କର୍ମଜିବୀ ମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉନ୍ନତି ଆସିପାରେ । ଶିକ୍ଷାର୍ଥୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ଜମିବାଡି ସମ୍ପର୍କୀୟ ବିବାଦରୁ ମୁକ୍ତି ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ବୃଷ-
ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ ।
ପୌତୃକ ସମ୍ପତିକୁ ନେଇ ଭାଗ ଦେଖାଦେବ । ମହିଳା ମାନେ ବନ୍ଧୁ ପରିଜନଙ୍କ ସହିତ ସମୟ ବିତାଇବେ । ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର୍ୟ୍ୟରେ ଲାଗି ରହିବ । ସନ୍ତାନର ସଫଳତା ଯୋଗୁଁ ଖୁସିର ପରିବେଶ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଗୋସାଳାରେ ଗୋଖାଦ୍ୟ ଦାନ କରନ୍ତୁ

ମିଥୁନ-
ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ପଇସାର ଅଭାବ ଦେଖାଯାଇପାରେ ଜ୍ଝ ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

କର୍କଟ-
କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ହେବାରୁ ସାମୟିକ ଆନନ୍ଦିତ ରହିବେ । ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ଯାନବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିପାରନ୍ତି । ପିଲାଦିନର ସାଙ୍ଗଙ୍କ ସହିତ ଭେଟ ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

କନ୍ୟା-
ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ନିର୍ମାଣ କାର୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ନିଜର ସାଧ୍ୟ ମତେ କିଛି ସାହାର୍ୟ୍ୟ , ସହଯୋଗ କରନ୍ତୁ

ତୁଳା-
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ସାମାଜିକ ସହଯୋଗ ଲାଭ କରିବେ । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ବିଛା-
କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ସବୁ କାମ ନିର୍ଦ୍ଧାରିତ ସମୟରେ ପୁରା କରିବା ପାଇଁ ଚେଷ୍ଟା କରିବେ । ଜେଲ୍ ରୁ ଜାମିନ୍ ମିଳିପାରେ । ନୂଆ ଜ୍ଞାନ ର ବୃଦ୍ଧି ହେତୁ ପ୍ରଚୁର ଧନ ଲାଭ ହେବ । ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-
ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର-
ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ସାମ୍ବାଦିକ କ୍ଷେତ୍ରରେ କାର୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ଘରୋଇ କାର୍ୟ୍ୟକୁ ପୁରା କରିବାରେ ସକ୍ଷମ ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ କାଉ ମାନଙ୍କୁ ଖାଇବାକୁ ଦିଅନ୍ତୁ

କୁମ୍ଭ-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ , ବର୍ଗଙ୍କ ସହିତ ସଂପର୍କ ମଜବୁତ୍ ରହିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ

ମୀନ-
ପାରିବାରିକ ଜୀବନରେ ଉସôାହ ଓ ପ୍ରେରଣା ମିଳିବ । ଆର୍ଥିକ କ୍ଷେତ୍ରରେ ଲାଭବାନ ସହିତ ସଂଚୟ କରିପାରନ୍ତି । ବନ୍ଧୁଙ୍କ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତି ଭାବ ପ୍ରକାଶ କରିବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁ ପରିଜନଙ୍କ ପ୍ରିୟ ପାତ୍ର ହେବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
check-your-horoscope-for-todays-horoscope | Argus News