Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଚନ୍ଦନଯାତ୍ରା ପାଇଁ ନୀତିନିର୍ଘଣ୍ଟ ହେବ ଚୂଡ଼ାନ୍ତ

Smruti Parija
Browse all articles by Smruti Parija
·1 year ago·1 min read
ଚନ୍ଦନଯାତ୍ରା ପାଇଁ ନୀତିନିର୍ଘଣ୍ଟ ହେବ ଚୂଡ଼ାନ୍ତ

ଚଳିତମାସ ଏପ୍ରିଲ 30 ତାରିଖରେ ପବିତ୍ର ଅକ୍ଷୟ ତୃତୀୟା । ଏହି ଦିନ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ସହ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ଏହି ଉପଲକ୍ଷେ ଆଜି ଅପରାହ୍ନ 5ଟାରେ ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଚନ୍ଦନଯାତ୍ରା ପାଇଁ ନୀତିନିର୍ଘଣ୍ଟ ଚୂଡ଼ାନ୍ତ ହେବ ।


ନୀତି ସବ୍ କମିଟିରେ ଚୁଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯିବ । ସେହିପରି ଭକ୍ତମାନେ କିଭଳି ସୁନ୍ଦର ଭାବେ ଦର୍ଶନ କରିପାରିବେ ସେ ନେଇ ମଧ୍ୟ ବୈଠକରେ ଆଲୋଚନା କରାଯାଇଛି । ନୀତିନିର୍ଘଣ୍ଟ ଅନୁଯାୟୀ କେତେଟାରୁ ସିଂହଦ୍ଵାର ଫିଟାଯାଇ ଅନ୍ୟାନ୍ୟ ନୀତି ବଢିବା ପରେ ଅକ୍ଷୟ ତୃତୀୟା ଦିନ ଦ୍ଵାଦଶ ଯାତ୍ରା ଓ ନକ୍ଷତ୍ର ବନ୍ଦାପନା, ବିମାନକୁ ଦିଅଁ ବିଜେ, ରଥ ଆଜ୍ଞାମାଳ ବିଜେ ଓ କେଉଁ ସମୟରେ ବିମାନ ଉଠିବ ତାହା ବୈଠକରେ ଚୂଡାନ୍ତ ହେବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ତେବେ ସମସ୍ତ ନୀତିକାନ୍ତି ଯେଭଳି ଶୃଙ୍ଖଳିତ ଭାବେ ସମ୍ପାଦିତ ହୋଇପାରିବ ସେନେଇ ସମସ୍ତ ସେବାୟତ ନିଯୋଗଙ୍କ ସହଯୋଗ ଲୋଡିବେ ମୁଖ୍ୟ ପ୍ରଶାସକ । ନିଳାଦ୍ରୀ ଭକ୍ତ ନିବାସରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ବିନୀତ ଅଗ୍ରବାଲ୍ ଓ ଛତିଶା ନିଯୋଗ ସେବାୟତ ସଦସ୍ୟଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ରହିବେ ।

Sponsored
chhatisa-nijog-meeting-to-be-held-today | Argus News