ଆଜି ଅନୁଷ୍ଠିତ ହେବ ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକ

ଅର୍ଗସ ବ୍ୟୁରୋ: ଆଜି ଅନୁଷ୍ଠିତ ହେବ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ। ସନ୍ଧ୍ୟା ସାଢ଼େ ୫ଟାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତ ନିବାସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ ଛତିଶା ନିଯୋଗ ବୈଠକ। ଚନ୍ଦନଯାତ୍ରା ୨୦୨୪ର ନୀତି ନିର୍ଘଣ୍ଟର ଅନୁମୋଦନ ସମ୍ପର୍କରେ ବୈଠକରେ ନିଷ୍ପତ୍ତି ନିଆଯିବ। ବୈଠକରେ ଶ୍ରୀମନ୍ଦିରରେ ସମସ୍ତ ନିଯୋଗର ସଭାପତି ଓ ସମ୍ପାଦକଙ୍କ ସମେତ ପରିଚାଳନା କମିଟି ସଦସ୍ୟ ମଧ୍ୟ ଉପସ୍ଥିତ ରହିବେ। ଆସନ୍ତା ମାସ ୧୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ପାଇଁ ନୀତି ନିର୍ଘଣ୍ଟ ଅନୁମୋଦନ ପାଇଁ ବୈଠକରେ ବିଶେଷ ଆଲୋଚନା ହେବ।
ଚଳିତବର୍ଷ ମେ ୧୦ ତାରିଖରେ ପଡ଼ୁଛି ପବିତ୍ର ଅକ୍ଷୟ ତୃତୀୟା। ଏହିଦିନ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ପୂର୍ବକ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ଏହାସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା ବି ଆରମ୍ଭ ହେବ। ବିଶ୍ବନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ ପବିତ୍ର ଅକ୍ଷୟ ତୃତୀୟାଠାରୁ ୨୧ଦିନ ଧରି ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର