|
logo
Live

Argus News - ଆଜି ଅପରାହ୍ନ ୫ଟାରେ ନୀଳାଦ୍ରି ଭକ୍ତନିବାସ ଠାରେ ଛତିଶାନିଯୋଗ ବୈଠକ

Odisha

ଆଜି ଅପରାହ୍ନ ୫ଟାରେ ନୀଳାଦ୍ରି ଭକ୍ତନିବାସ ଠାରେ ଛତିଶାନିଯୋଗ ବୈଠକ

Ritu Das
Browse all articles by Ritu Das
·2 years ago·1 min read
ଆଜି ଅପରାହ୍ନ ୫ଟାରେ ନୀଳାଦ୍ରି ଭକ୍ତନିବାସ ଠାରେ ଛତିଶାନିଯୋଗ ବୈଠକ

ଅର୍ଗସ ବ୍ୟୁରୋ: ଆଜି ଅପରାହ୍ନ ୫ଟାରେ ନୀଳାଦ୍ରି ଭକ୍ତନିବାସ ଠାରେ ଛତିଶାନିଯୋଗ ବୈଠକ ଅନୁଷ୍ଠିତ ହେବ । ଚଳିତମାସ ୧୬ ରୁ ଜାନୁୟାରୀ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଶ୍ରୀଜୀଉଙ୍କ ପହିଲି ଭୋଗ ସହ ୧୫ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଧନୁ ସଂକ୍ରାନ୍ତି ଓ  ଜାନୁୟାରୀ ୨୫ ତାରିଖରେ ହେବାକୁ ଥିବା ଦେବାଭିଷେକ ନୀତି ସମ୍ପର୍କରେ ଆଲୋଚନା କରାଯାଇ ନୀତିନିର୍ଘଣ୍ଟ କରାଯିବ । ନୂଆବର୍ଷ ପୂର୍ବଦିନ 31 ତାରିଖ ଦିନ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ଆବଶ୍ୟକ ପଡିଲେ ରାତ୍ରପହୁଡ଼ ଓ ଜାନୁୟାରୀ 1 ତାରିଖରେ ଦିବା ପହୁଡ ହେବ କି ନାହିଁ ସେ ସମ୍ପର୍କରେ ଆଲୋଚନା କରାଯିବ । ଆଜି ବୈଠକରେ ଚୂଡାନ୍ତ ନୀତିନିର୍ଘଣ୍ଟକୁ ଆଗାମୀ ପରିଚାଳନା କମିଟି ବୈଠକରେ ଅନୁମୋଦନ କରାଯିବ। 

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ନୂଆବର୍ଷରୁ ଭକ୍ତଙ୍କ ଲାଗୁ ହେବାକୁ ଥିବା ଡ୍ରେସକୋର୍ଡ ବ୍ୟବସ୍ଥା, ଶ୍ରୀମନ୍ଦିର ପରିସରରେ ପାନ ଗୁଟଖା ନିଷେଧ ସମେତ ଦିବ୍ୟାଙ୍ଗଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା ହେବ। ଏହାସହ ଜାନୁୟାରୀ 17 ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ ହେବାକୁ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ସମ୍ପର୍କରେ ମଧ୍ୟ ଆଲୋଚନା ହେବାର ସମ୍ଭାବନା ରହିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଆଜି ଅପରାହ୍ନ ୫ଟାରେ ନୀଳାଦ୍ରି ଭକ୍ତନିବାସ ଠାରେ ଛତିଶାନିଯୋଗ ବୈଠକ | Argus News