Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରୁଛନ୍ତି ନିର୍ବାଚନ କମିଶନର

Smruti Parija
Browse all articles by Smruti Parija
·2 years ago
ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରୁଛନ୍ତି ନିର୍ବାଚନ କମିଶନର

ଭୁବନେଶ୍ୱର:  ତିନି ଦିନିଆ ଓଡ଼ିଶା ଗସ୍ତରେ ମୁଖ୍ୟ ନିର୍ବାଚନ କମିସନର । ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟରେ ଓଡିଶାରେ ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା ପାଇଁ ଗରୁବାର ଭୁବନେଶ୍ବରରେ ପହଞ୍ଚିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର । 

ଇଭିଏମ୍‌ ସ୍ଥିତି, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ସମୀକ୍ଷା ସହ ରାଜ୍ୟ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି, ମୁଖ୍ୟ ନିର୍ବାଚନ ଅଧିକାରୀ, ଗୃହ ସଚିବ, ଉନ୍ନୟନ କମିସନ, ସବୁ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କ ସହ ଆଲୋଚନା କରିବେ । ସିଇସି ଆଜି ବିଭିନ୍ନ ରାଜନୈତିକ ଦଳ ପ୍ରତିନିଧିଙ୍କ ସହ ଆଲୋଚନା କରିବେ । 

ଆସନ୍ତାକାଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ମୁଖ୍ୟ ଶାସନ ସଚିବ ଓ ଡିଜିପିଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଛି । ବୈଠକ ପରେ ଆସନ୍ତାକାଲି ଅପରାହ୍ନରେ ସାମ୍ବାଦିକ ସମ୍ମିଳନୀ କାର୍ଯ୍ୟକ୍ରମ ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆହୁରି ପଢନ୍ତୁ ଓଡିଶା ଖବର...

Sponsored
Chief Election Commissioner on a three-day visit to Odisha | Argus News