ଭଦ୍ରକ ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ଘଟଣା, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
·1 year ago

Key Points
ଭଦ୍ରକ ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ଘଟଣା
ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ
ଭଦ୍ରକ ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରାଯାଇଛି। ଏଥିସହ ପରିବାରର ଜଣକୁ ନିଯୁକ୍ତି ଦିଆଯିବ। ଏ ଘଟଣାରେ ସଂପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି।
କିଛି ଦିନ ତଳେ ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସଂପ୍ରଦାୟଙ୍କ ଭିତରେ କିଛି କାରଣରୁ ଗଣ୍ଡଗୋଳ ଘଟିଥିଲା ଏବଂ ସେଥିରେ ଗୁରୁତର ଆହତ ହୋଇଥିବା ଜଣେ ଯୁବକ ସନ୍ତୋଷ ପରିଡାଙ୍କର ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: