Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜ୍ୟବାସୀଙ୍କୁ ରାକ୍ଷୀ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

Smruti Parija
Browse all articles by Smruti Parija
·1 year ago
ରାଜ୍ୟବାସୀଙ୍କୁ ରାକ୍ଷୀ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ: ଆଜି ପବିତ୍ର ରାଖି ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ । ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଭାରତୀୟ ସଂସ୍କୃତିର ଏହି ଅନନ୍ୟ ପର୍ବ ଆମର ସାମାଜିକ ମୂଲ୍ୟବୋଧକୁ ଆହୁରି ସୁଦୃଢ଼ କରୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ରାଜ୍ୟ ଅତିଥି ଭବନରେ ରାକ୍ଷୀ ବାନ୍ଧିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ହାତରେ ପ୍ରଥମେ ରାକ୍ଷୀ ବାନ୍ଧିଥିଲେ ନିଜ ଭଉଣୀ ରାସମଣୀ ମାଝୀ । ଏହା ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରାକ୍ଷୀ ବାନ୍ଧିଥିଲେ । ପରେ ସମାଜର ବିଭିନ୍ନ ବର୍ଗର ମହିଳାମାନେ ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଛନ୍ତି।

ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା: ଭଉଣୀର ସୁରକ୍ଷା କବଚ ସାଜିବ ଭାଇ
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Chief Minister greeted the people of the state on Rakhi Purnima | Argus News