୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Key Points
ପୂର୍ତ୍ତ ବିଭାଗରେ ୫୬୩ ।
ଜଳ ସମ୍ପଦ ବିଭାଗରେ ୬୨ ।
ଗୃହ ଓ ନଗର ଉନ୍ନୟନ ବିଭାଗରେ ୧୪୩ ।
ରାଜ୍ୟ ସରକାରଙ୍କ ନିଯୁକ୍ତି ମେଳା । ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୂର୍ତ୍ତ ବିଭାଗ, ଜଳ ସମ୍ପଦ ବିଭାଗ, ଗୃହ ଓ ନଗର ଉନ୍ନୟନ ବିଭାଗ, ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ବିଭାଗ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗରେ ଖାଲି ପଡ଼ିଥିବା ପଦବୀରେ ନିଯୁକ୍ତି । ସର୍ବାଧିକ ୯୦୭ ଜଣ କନିଷ୍ଠ ଯନ୍ତ୍ରୀଙ୍କୁ ଦିଆଯାଇଛି ନିଯୁକ୍ତି ପତ୍ର ।
ପୂର୍ତ୍ତ ବିଭାଗରେ ୫୬୩, ଜଳ ସମ୍ପଦ ବିଭାଗରେ ୬୨, ଗୃହ ଓ ନଗର ଉନ୍ନୟନ ବିଭାଗରେ ୧୪୩, ପୌରାଞ୍ଚଳରେ ୨୨ କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ବିଭାଗରେ ୧୧୭ କନିଷ୍ଠ ଯନ୍ତ୍ରୀଙ୍କୁ ନିଯୁକ୍ତି । ଏହାସହ ଗୃହ ଓ ନଗର ଉନ୍ନୟନ ବିଭାଗରେ ୨୯ କନିଷ୍ଠ ଏନଫୋର୍ସମେଣ୍ଟ ଅଧିକାରୀ ଓ ୧୦ ଟ୍ରେସର୍ ନିଯୁକ୍ତି । ୧୭ ଜଣ ବୈଧ ମାପ ବିଜ୍ଞାନ ଓ ଓଜନ ନିରୀକ୍ଷକ ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗରେ ଜଣେ ଆକାଉଣ୍ଟାଣ୍ଟ୍ ନିଯୁକ୍ତି ପାଇଛନ୍ତି ।