Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

 ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Manini Pattanayak
Browse all articles by Manini Pattanayak
·2 years ago·1 min read
 ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଛନ୍ତି ମୋହନ ଚରଣ ମାଝୀ। ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀରେ ପହଁଚିଛନ୍ତି। ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସହିତ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗର ମନ୍ତ୍ରୀମାନଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିବେ। ଏହା ସହିତ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭଗର ମନ୍ତ୍ରୀମାନଙ୍କୁ ମଧ୍ୟ ଭେଟିବେ।

କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥ ମନ୍ତ୍ରୀ ନିର୍ମଳା ସିଥାରମଣ, ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରି ଓ ଅନ୍ୟ ମନ୍ତ୍ରୀମାନଙ୍କ ସହିତ ଭେଟିବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶାର ସ୍ବାର୍ଥ ସମ୍ବଳିତ ବିଷୟ ଗୁଡ଼ିକ ଉପରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ କାମନା କରିବେ। ଗତକାଲି ରାତିରେ ଓଡ଼ିଶା ଭବନ ପହଁଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Chief Minister Mohan Charan Majhi on his visit to Delhi | Argus News