|
logo
Live

Argus News - ବଜ୍ରପାତରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା

Odisha

ବଜ୍ରପାତରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା

Smruti Parija
Browse all articles by Smruti Parija
·1 year ago·1 min read
ବଜ୍ରପାତରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର: ରାଜ୍ୟର ୫ଟି ଜିଲ୍ଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ।  

ବର୍ତ୍ତମାନ ସୁଦ୍ଧା ପ୍ରାପ୍ତ ସୂଚନା ଅନୁଯାୟୀ କେନ୍ଦ୍ରାପଡ଼ା ଜିଲ୍ଲାରେ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର ଓ ସୁବର୍ଣ୍ଣପୁର ଜିଲ୍ଲାରେ  ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।

ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ  ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । 
ଏଥିସହିତ ମୁଖ୍ୟମନ୍ତ୍ରୀ  ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ସୂଚନାଯୋଗ୍ୟ ଯେ ଗତକାଲି ବଜ୍ରପାତରେ ୯ ଜଣଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହିତ  ସହାୟତା ଘୋଷଣା କରିଥିଲେ।
 

Sponsored
ବଜ୍ରପାତରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା | Argus News