Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଅକ୍ଟୋବର ୨୮ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

Smruti Parija
Browse all articles by Smruti Parija
·1 year ago
ଅକ୍ଟୋବର ୨୮ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର:  ଆଗାମୀ ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ସମ୍ଭାବ୍ୟ ବାତ୍ୟା ‘ଦାନା‘ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର  କାର୍ଯ୍ୟକୁ  ଦୃଷ୍ଟିରେ ରଖି, ଅକ୍ଟୋବର ୨୮ ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ ।  ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ । ସେମାନଙ୍କ ପାଇଁ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
chief-minister-mohan-majhi-grievance-cell-to-remain-closed-on-october-28 | Argus News