Videos
|
Odisha

କମଳା ପୂଜାରୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ 

Smruti Parija
Browse all articles by Smruti Parija
·2 years ago
କମଳା ପୂଜାରୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର: ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ।  ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ  ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ସେ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ  ସଂରକ୍ଷିତ କରୁଥିଲେ। ପରିବେଶର ସୁରକ୍ଷା ପାଇଁ ତାଙ୍କର ଅମୂଲ୍ୟ ଅବଦାନ ରାଜ୍ୟ ଓ ଦେଶ କେବେ ଭୁଲି ପାରିବ ନାହିଁ। ତାଙ୍କ ବିୟୋଗ ସାରା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ

ମୁଖ୍ୟମନ୍ତ୍ରୀ  ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


 

Chief Minister-mohan-majhi has expressed grief over the demise of Kamala Pujari | Argus News