Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Rashmita Mishra
Browse all articles by Rashmita Mishra
·1 year ago
ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଅର୍ଗସ ବ୍ୟୁରୋ: ଆରମ୍ଭ ହେଲା ବିଧାନସଭା ର ଶୀତ କାଳିନ ଅଧିବେଶନ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ଓଡ଼ିଶାର ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସମୀର ଦେ, ପୂର୍ବତନ ବିଧାୟକ ଧନେଶ୍ୱର ମାଝୀ, ପୂର୍ବତନ ବିଧାୟକ ମକରଧ୍ୱଜ ପ୍ରଧାନ, ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ, ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡା ଏବଂ ପୂର୍ବତନ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ମାଝୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ । ଶୋକ ପ୍ରସ୍ତାବକୁ ସମର୍ଥନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏଥିସହ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ମା ମଧ୍ୟ ସମର୍ଥନ କଲେ ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Chief Minister Mohan Majhi presented a condolence motion in the House for the deceased leader. | Argus News