Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କେନ୍ଦ୍ରାପଡାର ପୂର୍ବତନ ସାଂସଦ ପ୍ରଭାତ ସାମନ୍ତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Smruti Parija
Browse all articles by Smruti Parija
·1 year ago
କେନ୍ଦ୍ରାପଡାର ପୂର୍ବତନ ସାଂସଦ ପ୍ରଭାତ ସାମନ୍ତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

କେନ୍ଦ୍ରାପଡା: କେନ୍ଦ୍ରାପଡା ଲୋକସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ସାଂସଦ ପ୍ରଭାତ ସାମନ୍ତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ସାମନ୍ତରାୟ ଜଣେ ଦକ୍ଷ ରାଜନେତା ତଥା ସମାଜସେବୀ ଭାବରେ ସୁନାମ ଅର୍ଜନ କରିଥିଲେ ।  

କେନ୍ଦ୍ରାପଡା ଲୋକସଭା ନିର୍ବାଚନ ମଣ୍ଡଳୀର  ସାଂସଦ ଭାବେ ସେ କେନ୍ଦ୍ରାପଡା ତଥା ରାଜ୍ୟର ସମସ୍ୟାକୁ ସଂସଦରେ ଦକ୍ଷତାର ସହ ଉପସ୍ଥାପନ କରିଥିଲେ।   ଜିଲ୍ଲା ତଥା ରାଜ୍ୟର ବିକାଶ ପାଇଁ ଅନେକ ପଦକ୍ଷେପ ନେଇ ସେ ସାଧାରଣ ଲୋକଙ୍କ ଶ୍ରଦ୍ଧା ଭାଜନ ହୋଇପାରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ସ୍ବର୍ଗତ ସାମନ୍ତରାୟଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହିତ ପରଲୋକ ଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Chief Minister mourns the demise of former Kendrapara MP Prabhat Samantray | Argus News