Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

Smruti Parija
Browse all articles by Smruti Parija
·2 years ago·1 min read
ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ମହାରାଜା ଦିବ୍ୟସିଂହଙ୍କ ଉପସ୍ଥିତିରେ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକାର୍ପଣ ଫଳକରେ ନଡିଆ ପିଟି ଲୋକର୍ପିତ କରାଯାଇଛି । 

ଦୁଇ ଦିନ ଧରି ଚାଲୁଥିବା ଯଜ୍ଞକୁଣ୍ଡରେ ପୂର୍ଣ୍ଣାହୂତି ଦେଇ ଗଜପତି ମହାରାଜା କରିବେ ଯଜ୍ଞର ସମାପ୍ତି । ସେଥିପାଇଁ ଶ୍ରୀକ୍ଷେତ୍ରରେ ଭକ୍ତିମୟ ପରିବେଶ । ରୁକ୍, ସାମ୍, ଯଜ୍ଜୁ ଓ ଅଥର୍ବ ବେଦ ଧ୍ବନିରେ ପ୍ରକମ୍ପିତ ହେଉଛି ଶ୍ରୀମନ୍ଦିର ଚତୁପାର୍ଶ୍ବ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ନେଇ ମହାଯଜ୍ଞ ଚାଲିଥିବା ବେଳେ ଶ୍ରୀମନ୍ଦିର ଐଶାନ୍ୟ କୋଣ ଯଜ୍ଞ ମଣ୍ଡପରେ ଆଚାର୍ଯ୍ୟ ବ୍ରାହ୍ମଣ ମାନେ ବୈଦିକ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରୁଛନ୍ତି । 

ଅପରାହ୍ନ 3 ଟା ପରଠାରୁ ଭକ୍ତମାନେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଲି ଦେଖିପାରିବେ । ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆହରି ପଢନ୍ତୁ ଓଡିଶା ଖବର...
 

Sponsored
Chief Minister-naveen-pattnaik- inaugurated the Shrimandir Parikrama project | Argus News