ପୁଣି ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ
·1 year ago

Key Points
ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର: ଆଜି ପୁଣି ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭୁବନେଶ୍ବର ୟୁନିଟ୍-୫, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି ହେବ । ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜାନୁଆରୀ ୩୧ ତାରିଖ ଦିନ ୧୧ ଟାଠାରୁ ଆରମ୍ଭ ହୋଇଥିଲା । ଯେଉଁଥିରେ କି ସର୍ବାଧିକ ଏକ ହଜାର ପଞ୍ଜୀକରଣ କରିପାରିବା ନେଇ ସୂଚନା ଦିଆଯାଇଥିଲା । ଏଥିପାଇଁ ଲୋକମାନେ ଜନସାଧାରଣ ଜନଶୁଣାଣି ପୋର୍ଟାଲ janasunani.odisha.gov.in ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେସନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିଛନ୍ତି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

