Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପୁରୀ ହେବ ରାଜ୍ୟର ଷଷ୍ଠ ମହାନଗର ନିଗମ

Rashmita Mishra
Browse all articles by Rashmita Mishra
·1 year ago·3 min read
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପୁରୀ ହେବ ରାଜ୍ୟର ଷଷ୍ଠ ମହାନଗର ନିଗମ

Key Points

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା

ପୁରୀ ପୌରପାଳିକାକୁ ମହାନଗର ନିଗମ କରିବାକୁ ନିଷ୍ପତ୍ତି

ନିକଟବର୍ତ୍ତୀ ପଞ୍ଚାୟତଗୁଡ଼ିକ ହେବ ସହରର ଅଂଶବିଶେଷ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା,ପୁରୀ ପୌରପାଳିକାକୁ ମହାନଗର ନିଗମ କରିବାକୁ ନିଷ୍ପତ୍ତି । ମହାନଗର ନିଗମ ଗଠନ ନେଇ ଆସନ୍ତାକାଲିଠାରୁ ଆରମ୍ଭ ହେବ ପ୍ରକ୍ରିୟା । ପୁରୀ ସହରକୁ ନୂଆ ଢାଞ୍ଚାର ଆବଶ୍ୟକତା ରହିଛି । କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ଓ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ନିଷ୍ପତ୍ତି । ପୁରୀ ସହରକୁ ସ୍ବତନ୍ତ୍ରତା ଦେବାକୁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ସିଏମ୍ । ନିକଟବର୍ତ୍ତୀ ପଞ୍ଚାୟତଗୁଡ଼ିକ ସହରର ଅଂଶବିଶେଷ ହେବ । ପୁରୀ ପୌରପାଳିକା ଲୋକଙ୍କୁ ସମସ୍ତ ସୁବିଧା ଯୋଗାଇବାରେ ଅସମର୍ଥ । ପୁରୀ ହେବ ରାଜ୍ୟର ଷଷ୍ଠ ମହାନଗର ନିଗମ । ପୁରୀରେ ପ୍ରତିଷ୍ଠା ହେବ ବିଶ୍ବସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ । ପୁରୀରେ ପ୍ରତିଷ୍ଠା ହେବ ଶ୍ରୀଜଗନ୍ନାଥ ଗବେଷଣାଗାର । ଲାଇବ୍ରେରୀ ପ୍ରତିଷ୍ଠା ସହ ନିର୍ମାଣ ହେବ ମୁକ୍ତାକାଶ ରଙ୍ଗମଞ୍ଚ । ମୁକ୍ତାକାଶ ରଙ୍ଗମଞ୍ଚରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ । ସମୃଦ୍ଧ ପୁରୀ ବିନା ବିକଶିତ ଓଡ଼ିଶା ସମ୍ଭବ ନୁହେଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଏବେ ପବିତ୍ର ପୁରୀ ସହରରେ ମହାପ୍ରଭୁଙ୍କ ଘୋଷଯାତ୍ରା ଜାରି ରହିଛି । ବାହୁଡ଼ା ଯାତ୍ରା ପାଇଁ ମହାପ୍ରଭୁ ଆଜ୍ଞା ଦେଇସାରିଛନ୍ତି । ଏହି ଯାତ୍ରାକୁ ସୂଚାରୁ ରୂପେ ଏବଂ ସୁରକ୍ଷିତ ଢଙ୍ଗରେ ସଂପୂର୍ଣ୍ଣ କରିବା ପାଇଁ ଠାକୁରଙ୍କ ନିର୍ଦ୍ଦେଶରେ ସମସ୍ତେ ନିଜ ନିଜ ସେବା ପ୍ରଦାନ କରୁଛନ୍ତି । ପୁରୀ ଜଗନ୍ନାଥ ଧାମ ସାରା ଭାରତର ସବୁ ଧର୍ମସ୍ଥଳୀ ଠାରୁ ଅନନ୍ୟ । ଏଠାରେ ଭକ୍ତ ଜାତି, ଧର୍ମ, ବର୍ଣ୍ଣ, ସମ୍ପ୍ରଦାୟ ନିର୍ବିଶେଷରେ ସମସ୍ତେ ଏକାକାର ହୋଇଯାଆନ୍ତି । ନବଦିନ ବ୍ୟାପି ଏହି ପବିତ୍ର ଯାତ୍ରା ସମୟରେ ବଡ଼ଦାଣ୍ଡରେ ଚାଲୁଥିବା ସବୁ ଭକ୍ତ ଜଣେ ଜଣେ ଦାସିଆ । ମୁଁ ବି ଏହି ଅସଂଖ୍ୟ ଜଗନ୍ନାଥ ଭକ୍ତଙ୍କ ମଧ୍ୟରୁ ଜଣେ ସାଧାରଣ ଭକ୍ତ ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ରାଜ୍ୟର ମୁଖ୍ୟ ସେବକ ଭାବେ ରାଜ୍ୟବାସୀ ଯେଉଁ ଗୁରୁ ଦାୟିତ୍ଵ ମୋତେ ଅର୍ପଣ କରିଛନ୍ତି, ସେଥି ମଧ୍ୟରୁ ପୁରୀକୁ ଆସୁଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ସହିତ ପୁରୀବାସୀଙ୍କୁ ଗୁଣାତ୍ମକ ମୌଳିକ ସୁବିଧା ପ୍ରଦାନ କରିବା । ମୁଁ ବ୍ୟକ୍ତିଗତ ଭାବେ ପୂର୍ବରୁ ଅନୁଭବ କରିଛି ଯେ କୌଣସି ନା କୌଣସି କାରଣରୁ ବର୍ତ୍ତମାନର ପୁରୀ ପୌରପାଳିକା ଉଭୟ ଭକ୍ତ ଏବଂ ସହରବାସୀଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ହୋଇନାହିଁ ।

ଏହି ଲକ୍ଷ୍ୟ ହାସଲ କରିବା ପାଇଁ ସ୍ଥାନୀୟ ସ୍ଵାୟତ୍ତ ଶାସନ ପଦ୍ଧତିରେ ସଂସ୍କାର ଆଣିବାକୁ ପଡ଼ିବ । ବିଭିନ୍ନ ବିକାଶମୂଳକ କାର୍ଯ୍ୟକୁ ତଦାରଖ, ପୁନର୍ବିନ୍ୟାସ ଏବଂ ରକ୍ଷଣାବେକ୍ଷଣ କରିବା ପାଇଁ ନୂତନ ଢାଞ୍ଚାର ଆବଶ୍ୟକତା ରହିଛି । କ୍ରମ ବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ବର୍ଷସାରା ସହରକୁ ଆସୁଥିବା ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ଗୁଣାତ୍ମକ ସୁବିଧା ଯୋଗାଇବା ପାଇଁ ଆମ ସରକାର ପୁରୀ ପୌରପାଳିକାକୁ ମହାନଗର ନିଗମରେ ପରିଣତ କରିବା ପାଇଁ ନିଷ୍ପତ୍ତିଗ୍ରହଣ କରିଛନ୍ତି । ପୁରୀ ସହର ଏବଂ ଆଖପାଖ ଅବସ୍ଥିତ ଗ୍ରାମ ପଞ୍ଚାଯତକୁ ସାମିଲ କରି ପୁରୀ ମହାନଗର ନିଗମ ଗଠିତ ହେବ । ଏହା ଦ୍ଵାରା ପୁରୀ ସଦର ଏବଂ ବ୍ରହ୍ମଗିରି ବ୍ଲକର ପ୍ରାୟ ସାତରୁ ଆଠଗୋଟି ଗ୍ରାମ ପଞ୍ଚାୟତକୁ ସାମିଲ କରାଯିବ । ଯାହା ଫଳରେ ଏହି ପଞ୍ଚାୟତବାସୀ ସହର ପରି ସୁବିଧା ପାଇ ପାରିବେ । ଆସନ୍ତା କାଲିଠାରୁ ଏହ ସମ୍ବନ୍ଧୀୟ ସମସ୍ତ ପ୍ରକ୍ରିୟା ଆରମ୍ଭ କରାଯିବ ।

ପୁରୀକୁ ଦେଶର ସର୍ବଶ୍ରେଷ୍ଠ ଧର୍ମୀୟ ଓ ପର୍ଯ୍ୟଟନସ୍ଥଳ ଭାବେ ଗଢି ତୋଳିବାକୁ ଆମ ସରକାର ବଦ୍ଧପରିକର । ଏଥିପାଇଁ ଅନେକ ନୂତନ ପ୍ରକଳ୍ପର ନିର୍ମାଣ ଏବଂ ରକ୍ଷଣାବେକ୍ଷଣର ଅବଶ୍ୟକତା ରହିଛି । ୨୦୩୬ ସୁଦ୍ଧା ପୁରୀକୁ ଦେଶର ଏକ ମୁଖ୍ୟ ଧର୍ମୀୟ ଓ ପର୍ଯ୍ୟଟନ ସ୍ଥଳରେ ପରିଣତ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି । ଏକ ସୁନ୍ଦର, ସବୁଜ, ବିକଶିତ ପୁରୀ ସହର ବିନା ସମୃଦ୍ଧ ଓଡିଶାର ପରିକଳ୍ପନା ଅସମ୍ଭବ । ଆଜିର ଏହି ଘୋଷଣା ସରକାରଙ୍କ ଏହି ଭିଜନର ଏକ ଅଂଶ ବିଶେଷ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
chief-ministers-big-announcement-puri-will-be-the-sixth-municipal-corporation-of-the-state | Argus News