Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

Smruti Parija
Browse all articles by Smruti Parija
·1 year ago·2 min read
ତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

Key Points

  • ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
  • ଆଦୌ ଆତଙ୍କିତ ହୁଅନ୍ତୁ ନାହିଁ, ସୁରକ୍ଷିତ ରୁହନ୍ତୁ, ସତର୍କ ରୁହନ୍ତୁ- ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ 
  • ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ, You are in Safe Hands
  • କାଲି ଦିନ ୧୧ଟା ସୁଦ୍ଧା ୯୦ ପ୍ରତିଶତ ସ୍ଥାନାନ୍ତର

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପରିଦର୍ଶନ କରି ସେଠାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି।

 

ସମୀକ୍ଷା ପରେ ଗଣମାଧ୍ୟମ ନିକଟରେ ନିଜର ବିବୃତି ରଖି, ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କୌଣସି ପରିସ୍ଥିତିରେ ଭୟଭୀତ ବା ଆତଙ୍କିତ ନ ହେବାକୁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି। ‘You are in Safe Hands’ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବିପଦ ଟଳିବା ପର୍ଯ୍ୟନ୍ତ ସମସ୍ତେ ସୁରକ୍ଷିତ ଓ ସତର୍କ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ।
 
ପରିସ୍ଥିତିକୁ ତଦାରଖ କରିବା ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ସେମାନେ ସମସ୍ତେ କ୍ୟାବିନେଟ ବୈଠକ ପରେ ଜିଲ୍ଲାଗସ୍ତରେ ଯାଇଛନ୍ତି। ଏହା ସହିତ ଅଭିଜ୍ଞତା ସମ୍ପନ୍ନ ଅଧିକାରୀମାନଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଯେଉଁ ସବୁ ଜିଲ୍ଲାରେ ବାତ୍ୟାର ସମ୍ଭାବନା ଅଛି, ସେ ସବୁ ଜିଲ୍ଲାରେ ବିପଦଶଙ୍କୁଳ ଅଞ୍ଚଳରୁ ଯୁଦ୍ଧକାଳୀନ ଭିତ୍ତିରେ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଉଛି। ବର୍ତ୍ତମାନ ସୁଦ୍ଧା ବିପଦଶଙ୍କୁଳ ଅଞ୍ଚଳରୁ ୩୦ ପ୍ରତିଶତ ଲୋକଙ୍କୁ ସ୍ଥାନାନ୍ତର କରାଯାଇସାରିଛି। ରାତି ସାରା ସ୍ଥାନାନ୍ତର କାର୍ଯ୍ୟ ଚାଲିବ ଏବଂ ଆସନ୍ତା କାଲି ସକାଳ ୧୧ଟା ସୁଦ୍ଧା ୯୦ ପ୍ରତିଶତ ସ୍ଥାନାନ୍ତର ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।  ବାତ୍ୟା ଆଶ୍ରୟସ୍ଥଳୀରେ ଲୋକଙ୍କ ପାଇଁ ଶୁଖିଲା ଖାଦ୍ୟ ସହ ରନ୍ଧା ଖାଦ୍ୟ ଓ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇଛି ବୋଲି ସେ କହିଛନ୍ତି। 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, କଟକ ଓ ପୁରୀ ଜିଲ୍ଲା ଅଧିକ ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ, ଯଦି ଗତିପଥ ବଦଳେ, ତେବେ ଅନ୍ୟାନ୍ୟ ଜିଲ୍ଲା ମଧ୍ୟ ପ୍ରଭାବିତ ହେବାର ସମ୍ଭାବନା ରହିଛି । ସେଥିପାଇଁ ସରକାର ମଧ୍ୟ ପ୍ରସ୍ତୁତ ରହିଛନ୍ତି। 

ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୁଜାରୀ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ୱତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବମାନେ ଉପସ୍ଥିତ ଥିଲେ। ବାତ୍ୟା ସମ୍ଭାବନା ଥିବା ଜିଲ୍ଲାର ଜିଲ୍ଲାପାଳମାନେ ଆଭାସୀ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ। 

ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷ (Emergency Control Room) ପରିଦର୍ଶନ କରି ସେଠାରେ ବିଭିନ୍ନ ସାଟେଲାଇଟ ସୂଚନା ସମ୍ପର୍କରେ ଅବଗତ ହୋଇଥିଲେ ଏବଂ ଜରୁରୀକାଳୀନ ଯୋଗାଯୋଗ ବ୍ୟବସ୍ଥା ଅନୁଧ୍ୟାନ କରିଥିଲେ।

Sponsored
Chief Minister's Review in the Office of the Relief Commissioner | Argus News