Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ନୀତି ଅନୁଷ୍ଠିତ, ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ବନ୍ଦ

Odisha

ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ନୀତି ଅନୁଷ୍ଠିତ, ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ବନ୍ଦ

Banajyotshna Ray
Browse all articles by Banajyotshna Ray
·9 months ago·2 min read
ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ନୀତି ଅନୁଷ୍ଠିତ, ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ବନ୍ଦ

Key Points

ଆଜି ଚିତାଲାଗି ଅମାବାସ୍ୟା

ଆଜି ମହାପ୍ରଭୁଙ୍କୁ ରତ୍ନଚିତା ଲାଗି କରାଯିବ

ସୋଲ ଚିତାକୁ ଓଲାଗି କରି ରତ୍ନଚିତା ଲାଗି କରାଯିବ

ଆଜି ଚିତାଲାଗି ଅମାବାସ୍ୟା । ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର ଚିତାଲାଗି ହୋଇଥାଏ । ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି । ଏହି ଦିନ ଗେଣ୍ଡା ଆଦି ଜଳଚର ପ୍ରାଣୀଙ୍କ ଉଦ୍ଦେଶ୍ୟରେ ଚିତଉ ଓ ଗଇଁଠା ଆଦି ପିଠା ଅର୍ପଣ କରାଯାଇଥାଏ । ଏହି ପ୍ରଥା ଶବର ପରମ୍ପରାରୁ ଆନୀତ ବୋଲି ବିଦିତ । 


ଏଥିରେ ଚିତଉ ପିଠା କରି ଜୀବଜନ୍ତୁମାନଙ୍କୁ ଖୁଆଇ ସନ୍ତୁଷ୍ଟ କରିବାର ପ୍ରଥା ରହିଛି । ସେଥି ପାଇଁ "ଗେଣ୍ଡେଇକଟା ଓଷା" ନାମରେ ମଧ୍ୟ ଜଣା । ଆଜି ଶ୍ରାବଣ ଅମାବାସ୍ୟା।ଗୁପ୍ତନୀତି ଯୋଗୁଁ ଅପରାହ୍ନ ସାଢେ ୨ଟାରୁ ସଂଧ୍ୟା ୬.୩୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ଏହି ଅବସରରେ ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ନୀତି ଅନୁଷ୍ଠିତ ହେବ । ଆଜି ମହାପ୍ରଭୁଙ୍କୁ ରତ୍ନଚିତା ଲାଗି କରାଯିବ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ହୀରା ଚିତା,ପ୍ରଭୁ ବଳଭଦ୍ରଙ୍କୁ ନୀଳା ଚିତା ଓ ଦେବୀ ସୁଭଦ୍ରାଙ୍କୁ ପାନା ଚିତା ଲାଗି କରାଯିବ । ଦ୍ୱିପ୍ରହର ଧୂପ ସରି ପ୍ରଥମ ଭୋଗମଣ୍ଡପ ନୀତି ଶେଷ ହେବାପରେ ରତ୍ନସିଂହାସନରୁ ଶ୍ରୀଦେବୀ ଓ ଭୂଦେବୀ ଖଟଶେଯ ଘରକୁ ବିଜେ କରିବା ପରେ ଶ୍ରୀଜୀଉଙ୍କ ଝୋବା ମଇଲମ ହୋଇ ଜୟବିଜୟ ଦ୍ୱାର ବନ୍ଦ କରାଯିବ । ପତିମହାପାତ୍ର ସେବକ ସଂସ୍କାର କରିବା ପରେ ବାଡ଼ଗ୍ରାହୀ ଦଇତାପତି ମାନେ ରତ୍ନସିଂହାସନାରେ ଅଧିଷ୍ଠିତ ଶ୍ରୀଜୀଉଙ୍କର ଚିତାଲାଗି କାର୍ଯ୍ୟ ସମ୍ପର୍ଣ୍ଣ କରିବେ । ସାଧାରଣତଃ ଚାଷୀମାନେ ବର୍ଷା ଋତୁ ସମୟରେ ଧାନ ଫସଲ କରିବା ସମୟରେ, ବିଲରେ ଗେଣ୍ଡା ଯୋଗୁଁ ଗୋଡ଼ କାଟି ହୋଇ କ୍ଷତି ହୋଇଥାଏ ଏଣୁ ଏହି ସମ୍ବାବନାକୁ ଏଡ଼େଇବା ନିମନ୍ତେ ଚିତଉ ପିଠାକୁ ସାରୁ ପତ୍ରରେ ରଖି ଗେଣ୍ଡାମାନଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ଜଳାଶ୍ରୟରେ ଭସା ଯାଏ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ସ୍ନାନପୂର୍ଣ୍ଣିମା ଦିନ ରାତ୍ରିରେ ଶ୍ରୀଜୀଉମାନଙ୍କ ଶ୍ରୀମସ୍ତକରୁ ଏହି ସୁବର୍ଣ୍ଣ ଚିତାକୁ ଓଲାଗି କରାଯାଇଥିଲା । ରଥଯାତ୍ରା ଦିନ ମହାପ୍ରଭୁଙ୍କୁ ସୋଲ ଚିତା ଲାଗି କରାଯାଇଥିଲା । ତେବେ ଆଜି ଏହି ସୋଲ ଚିତାକୁ ଓଲାଗି କରି ରତ୍ନଚିତା ଲାଗି କରାଯିବ । ଚିତାଲାଗି ନୀତି ସରିବା ପରେ ଠାକୁରଙ୍କୁ ମହାସ୍ନାନ କରାଯିବ | ତେବେ ଏହା ଏକ ଗୁପ୍ତନୀତି ହୋଇଥିବାରୁ ଆଜି ଅପରାହ୍ନରେ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି | ଚିତାଲାଗି କରି ଦଇତାପତି ସେବାୟତ ମାନେ ରତ୍ନସିଂହାସନରୁ ତଳକୁ ଓହ୍ଲାଇବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ।

Sponsored
chitalagi-amavasya-is-celebrated-in-the-jagannath-temple-in-puri-on-the-new-moon-day-of-the-shravana-month | Argus News