Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ପୂରଣ ହେବ ୨୦୦୦ ଟ୍ରାଫିକ୍ ପୋଲିସ ପଦବୀ, ରାତିରେ ପାଟ୍ରୋଲିଂ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ

Odisha

ପୂରଣ ହେବ ୨୦୦୦ ଟ୍ରାଫିକ୍ ପୋଲିସ ପଦବୀ, ରାତିରେ ପାଟ୍ରୋଲିଂ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ

Sushanta Sahoo
Browse all articles by Sushanta Sahoo
·1 year ago·1 min read
ପୂରଣ ହେବ ୨୦୦୦ ଟ୍ରାଫିକ୍ ପୋଲିସ ପଦବୀ, ରାତିରେ ପାଟ୍ରୋଲିଂ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ

ଭୁବନେଶ୍ଵର: ସହରାଞ୍ଚଳରେ ରାତିରେ ଆହୁରି କଡ଼ାକଡ଼ି ହେବ ପାଟ୍ରୋଲିଂ ଓ ଚେକିଂ ବ୍ୟବସ୍ଥା । ନୂଆ କରି ଖୋଲିବ ଆଉ ୨୦ଟି ସାଇବର ଥାନା । ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ରବିବାର ଉଚ୍ଚସ୍ତରୀୟ ବୈଠକ ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।


ନୂଆ ୨୦୦୦ ଟ୍ରାଫିକ୍ ପୋଲିସ ପଦବୀ ପୂରଣ ହେବ । ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ସାଇବର ପୋଲିସ ଷ୍ଟେସନ କାର୍ଯ୍ୟକ୍ଷମ ଏବଂ ୨୦ଟି ନୂଆ ସାଇବର ଥାନା ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ସହରାଞ୍ଚଳରେ ରାତ୍ରୀକାଳୀନ ପାଟ୍ରୋଲିଂ ଓ ଚେକିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ରବିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ଏଥିରେ ରାଜ୍ୟର ଆଇନ୍ ଶୃଙ୍ଖଳା ପରିସ୍ଥିତି ଏବଂ ପୋଲିସ ବିଭାଗରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ସମ୍ପର୍କରେ ଆଲୋଚନା ହୋଇଥିଲା । ଓଡ଼ିଶା ପୋଲିସ ପାଇଁ ଥିବା ୩ଟି ପ୍ରମୁଖ ଆହ୍ୱାନ ସଡ଼କ ଦୁର୍ଘଟଣା କମ କରିବା, ସାଇବର ଅପରାଧ ଏବଂ ଗଞ୍ଜେଇ ଚାଷକୁ ରୋକିବା ଦିଗରେ ବିସ୍ତୃତ ଆଲୋଚନା ହୋଇଥିଲା ।


ଭୁବନେଶ୍ୱର ଓ କଟକର ଅପରାଧ ନିୟନ୍ତ୍ରଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସହରରେ ରାତ୍ରୀକାଳୀନ ପାଟ୍ରୋଲିଂ ଓ ଚେକିଂ ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ । ଏଥି ସହିତ ରାଜ୍ୟର ସମସ୍ତ ସହରାଞ୍ଚଳରେ ଏହି ବ୍ୟବସ୍ଥା କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ଏଥିସହ ମାଓ ପ୍ରବଣ ଜିଲ୍ଲା ଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସ ମହାନିର୍ଦ୍ଦେଶକଙ୍କୁ ପରାମର୍ଶ ଦେଇଥିଲେ ।

Sponsored
CM Directs To Fill Up 2000 Traffic Police Post | Argus News